ଉତ୍କଳ ଦିବସ ଭେଟି : ଚାଷୀଙ୍କୁ  ୮୭୭ କୋଟି ‘କାଳିଆ’ ସହାୟତା

0

ଉପକୃତ ହେଲେ ୪୩ ଲକ୍ଷ ଚାଷୀ

ଭୁବନେଶ୍ୱର, ସମ୍ବଲପୁର, ବାଲେଶ୍ୱର, ଜୟପୁର//TATKAL ODISHA //

ଚାଷୀ ଭାଇମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ଦିବସ ଭେଟି ଦେଇଛନ୍ତି I ଏହି ପବିତ୍ର ଦିବସରେ 43 ଲକ୍ଷ ଚାଷୀଙ୍କୁ ୮୭୭ କୋଟି ଟଙ୍କା ‘କାଳିଆ’ ସହାୟତା ପ୍ରଦାନ କରାଯାଇଛି I ଖରିଫ ଋତୁରେ ଚାଷ କାମ ପାଇଁ ଚାଷୀଙ୍କ ବ୍ୟାଙ୍କ ଖାତାକୁ କାଳିଆ କିସ୍ତି  ସିଧାସଳଖ ଯାଇଛି। ଏଥିରୁ ଝାରସୁଗୁଡାକୁ ବାଦ ଦିଆଯାଇଛି I

ଚାଷୀ ଭାଇଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡି ହୋଇରହିଛି। ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ। ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛିI ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀଙ୍କୁ ଦେଇଥିଲେ।

ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ। ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀ ମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀ ମାନଙ୍କୁ ଫସଲ ବିବିଧ କରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ।

କେତେକ ଚାଷୀ — ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ୱାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଥିଲେ।

ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁରରେ ଡ଼ାକ୍ତରୀ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି I

ଦେଖନ୍ତୁ ଭିଡିଓ

 କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସମେତ କାଳିଆ ଯୋଜନାର ଉପଦେଷ୍ଟା ମାନେ ,ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସ୍ୱାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ୍ ଅର୍ପଣ କରିଥିଲେ।

Leave A Reply

Your email address will not be published.