କରୋନା କାୟା :24 ଘଣ୍ଟାରେ 3000 ପାର

0

ଭୁବନେଶ୍ୱର //ତତ୍କାଳ ଓଡିଶା //

କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାମ ଧରୁନି, ବଢ଼ି ଚାଲିଛି I 24 ଘଣ୍ଟାରେ ୩,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ 3 ହଜାର ସଂକ୍ରମିତ ଚି଼ହ୍ନଟ ହେବା ରାଜ୍ୟରେ ପ୍ରଥମ ଘଟଣା I

  • ସ୍ଥିତି ସଂଗୀନ ହେବାରେ ଲାଗିଛି

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରିପୋର୍ଟ ଅନୁସାରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୬୧ ହଜାର ୪୫୦କୁ ବୃଦ୍ଧି ପାଇଥିବା ବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୬ ହଜାର ୮୯୨କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୫୩୪, ସୁନ୍ଦରଗଡ଼ରୁ ୫୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି I

ଅନୁଗୁଳରୁ ୪୪, ବାଲେଶ୍ୱରରୁ ୧୫୧, ବରଗଡ଼ରୁ ୧୩୨, ଭଦ୍ରକରୁ ୫୩, ବଲାଙ୍ଗିରରୁ ୧୩୩, ବୌଦ୍ଧରୁ ୯,କଟକରୁ ୧୬୩, ଦେବଗଡ଼ରୁ ୧୯, ଢେଙ୍କାନାଳରୁ ୧୯, ଗଜପତିରୁ ୧୮, ଗଞ୍ଜାମରୁ ୫୫, ଜଗତସିଂହପୁରରୁ ୨୯, ଯାଜପୁରରୁ ୭୫, ଝାରସୁଗୁଡ଼ାରୁ ୮୯, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୨୨, କେନ୍ଦୁଝରରୁ ୧୦୫, ଖୋର୍ଦ୍ଧାରୁ ୫୩୪, କୋରାପୁଟରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୭୧, ନବରଙ୍ଗପୁରରୁ ୧୫୩, ନୟାଗଡ଼ରୁ ୧୫, ନୂଆପଡ଼ାରୁ ୧୪୦, ପୁରୀରୁ ୧୧୪, ରାୟଗଡ଼ାରୁ ୩୮, ସମ୍ବଲପୁରରୁ ୧୫୩, ସୋନପୁରରୁ ୪୨, ସୁନ୍ଦରଗଡ଼ରୁ ୫୨୩ ଏବଂ ଷ୍ଟେଟ ପୁଲରୁ ୧୧୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.