ପଞ୍ଚାୟତ ନିର୍ବାଚନରେ ଓବିସି ବର୍ଗଙ୍କ ସ୍ଥାନ ସଂରକ୍ଷଣ ନେଇ ଚିନ୍ତା ନକରିବା ଦୁଃଖଦାୟକ: ଧର୍ମେନ୍ଦ୍ର

0

ଭୁବନେଶ୍ୱର,//TATKAL ODISHA//

ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଓବିସି ବର୍ଗଙ୍କ ସ୍ଥାନ ସଂରକ୍ଷଣ ନେଇ ଯେଉଁ ପ୍ରକାର ଘଟଣା ଘଟୁଛି, ଏଥିରୁ ରାଜ୍ୟ ସରକାର ଓବିସି ସଂରକ୍ଷଣ ବିରୋଧୀ ବୋଲି ସ୍ପଷ୍ଟ ମନେହେଉଛି । ମାନ୍ୟବର ହାଇକୋର୍ଟରେ ଓଡ଼ିଶା ଆଡଭୋକେଟ୍ ଜେନେରାଲଙ୍କ ଏହି ପ୍ରସଙ୍ଗ ଉପରେ ଉପସ୍ଥାପନା ଓବିସି ବିରୋଧୀ ବୋଲି ସ୍ପଷ୍ଟ ଜଣାପଡ଼ୁଛି ବୋଲି ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ 50 ପ୍ରତିଶତରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା ମାଧ୍ୟମରେ ଓବିସି ବର୍ଗଙ୍କୁ ଲାଭ ଦେବା ପାଇଁ ରାଜ୍ୟ ସରକାରଙ୍କ ଆବେଦନ ମାନ୍ୟବର ସୁପ୍ରିମକୋର୍ଟରେ ଦୀର୍ଘ ଦିନ ଧରି ପଡ଼ି ରହିବା ପରେ ରାଜ୍ୟ ସରକାର ଏ ବିଷୟରେ ଚିନ୍ତା ନକରିବା ଦୁଃଖଦାୟକ ଓ ଚିନ୍ତାଜନକ ।

ଓବିସି ମାନଙ୍କୁ ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଆଇନଗତ ଓ ଯୁକ୍ତିସଙ୍ଗତ ଦିଗରେ ଯିବା ଭଳି ମନେ ହେଉନାହିଁ ।


ମଧ୍ୟପ୍ରଦେଶ ସରକାର ଓବିସି ସଂରକ୍ଷଣ ଉପରେ ରିଭ୍ୟୁ ପିଟିସନ କରିବାକୁ ଯାଉଥିବା ବେଳେ ଆଗାମୀ ପଞ୍ଚାୟତ ନିର୍ବାଚନରେ ଓବିସି ବର୍ଗଙ୍କୁ ସ୍ଥାନ ସଂରକ୍ଷଣ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟର ପୁର୍ନବିଚାର କରିବା ପାଇଁ କାହିଁକି ଆବେଦନ କରୁନାହାନ୍ତି? ଏଥିରୁ ସ୍ପଷ୍ଟ ଅନୁମୟ ହେଉଛି ଓବିସି ସଂରକ୍ଷଣ ନେଇ ଓଡ଼ିଶା ସରକାର ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି ।

Leave A Reply

Your email address will not be published.