ବ୍ରଜରାଜନଗର ଉପନିର୍ବାଚନ: ପାର୍ଥି ଚୟନ କରିବ ପିସିସି କମିଟି

0
  • ଯଜ୍ଞଶ୍ୱର ବାବୁ ନୂଆ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର//TATKAL ODISHA//

ବ୍ରଜରାଜନଗର ବିଧାୟକ ଆସନ ପାଇଁ ଆସନ୍ତା 31ରେ ଉପନିର୍ବାଚନ ଅନୁଷ୍ଠିତ ହେବ।ଏହି ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କଂଗ୍ରେସ ବିଧାୟକ ପାର୍ଥି ଚୟନ ନେଇ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି।

ଉକ୍ତ କମିଟିରେ ପିସିସି ଉପସଭାପତି ଯଜ୍ଞଶ୍ୱର ବାବୁ ଅଧ୍ୟକ୍ଷ ରହି ଥିବାବେଳେ ଝାରସୁଗୁଡା ଜିଲ୍ଲା ସଭାପତି ଭରତ ଅବସ୍ତି ଆବାହକ ରହିଛନ୍ତି।

ସେହିପରି ଉକ୍ତ କମିଟିରେ ସମ୍ବଲପୁର ଜିଲ୍ଲା ସଭାପତି ଅଶ୍ବିନୀ ଗୁରୁ,ସୁନ୍ଦରଗଡ଼ ଜିଲ୍ଲା ସଭାପତି ବେଣୁ ମାଧବ ତ୍ରିପାଠୀ,ବରଗଡ଼ ସାଂସଦ ପାର୍ଥି ପ୍ରଦୀପ ଦେବତା ସଭ୍ୟ ଭାବେ ରହିଛନ୍ତି।

ଉକ୍ତ କମିଟି ଆସନ୍ତା କାଲି ୬ତାରିଖ,ଶୁକ୍ରବାର ବ୍ରଜରାଜନଗର ଗସ୍ତ କରି ବିଭିନ୍ନ ନେତୃବୃନ୍ଦଙ୍କୁ ଭେଟି ଆଲୋଚନା କରି ଆସନ୍ତା ୮ ମଧ୍ୟରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ପ୍ରକାଶ କରିଛନ୍ତି।

Leave A Reply

Your email address will not be published.