ମହିଳା କର୍ମଚାରୀଙ୍କ ଅତିରିକ୍ତ ସାମୟିକ ଛୁଟି, ବର୍ଷକୁ ହେଲା ୧୨ ଦିନ

0

ଭୁବନେଶ୍ୱର//TATKAL ODISHA/
ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।ମହିଳା କର୍ମଚାରୀମାନେ ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି ଓ ୫ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ସହିତ ପାଇ ପାରିବେ। ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି।

Leave A Reply

Your email address will not be published.