ରଥ, ପଥ, ଜଗନ୍ନାଥ-1:ନନ୍ଦିଘୋଷ ରଥ

0
  • ତିନି ରଥର ବିଶେଷତା
  • ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରତିବର୍ଷ ତିନିଗୋଟି ରଥ ସମ୍ପୂର୍ଣ୍ଣ ଶିଳ୍ପ ଶାସ୍ତ୍ରୀୟ ପଦ୍ଧତିରେ ନିର୍ମାଣ କରାଯାଉଥିଲେ ହେଁ ପ୍ରତି ରଥରେ ଅଧିଷ୍ଠିତ ହେଉଥିବା ପାର୍ଶ୍ୱ ଦେବତାଙ୍କର ନିର୍ମାଣ ହୋଇନଥାଏ। କେବଳ ନବକଳେବର ବର୍ଷମାନଙ୍କରେ ରୂପକାର ସେବକମାନେ ନିମ୍ବ କାଠରେ ମୋଟ ୨୭ ଗୋଟି ପାର୍ଶ୍ୱ ଦେବଦେବୀଙ୍କର ବିଗ୍ରହ ନିର୍ମାଣ କରିଥାନ୍ତି। ପ୍ରତିବର୍ଷ ରଥଯାତ୍ରାର ଅଳ୍ପ ଦିନ ପୂର୍ବରୁ ଚିତ୍ରକାର ସେବକମାନେ ଏହି ମୂର୍ତ୍ତିଗୁଡିକୁ ରଙ୍ଗ କରିଥାନ୍ତି। ଆବଶ୍ୟକ ପଡିଲେ ରୂପକାର ସେବକମାନଙ୍କଦ୍ୱାରା ଏହାର ମରାମତି କାର୍ଯ୍ୟ ହୋଇଥାଏ। ରଥଯାତ୍ରାର ଦୁଇ ଦିନ ପୂର୍ବରୁ ପ୍ରତି ରଥରେ ନଅ ମୂର୍ତ୍ତି ଲେଖାଏଁ ପାର୍ଶ୍ୱଦେବତାଙ୍କୁ ଅଧିଷ୍ଠିତ କରାଯାଇଥାଏ।
  • ଏଥର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଉପରେ ଜାଣନ୍ତୁ…


 (୧) ନନ୍ଦିଘୋଷ:

‘ନନ୍ଦିଘୋଷ’ ବା ‘ଗରୁଡ଼ଧ୍ୱଜ’ ବା ‘କପିଳଧ୍ୱଜ’ ରଥରେ ଜଗନ୍ନାଥଙ୍କ ସହ ମଦନମୋହନ ବିଜେ କରନ୍ତି ।

  • ମୋଟ ୭୪୨ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ ଅଟେ ।
  • ରଥରେ ୧୬ଟି ଚକ (ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ୱସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ) ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ।
  • ସାରଥି: ମାତଳୀ ।
  • ରଥର ଦଉଡ଼ି: ଶଙ୍ଖଚୂଡ଼ ।
  • ପରମ୍ପରା ମୁତାବକ ଧଳାରଙ୍ଗର ଚାରୋଟି ଘୋଡ଼ା (ଶଙ୍ଖ, ବଳାହକ, ଶ୍ୱେତ ଓ ହରିଦ୍ୱାଶ) ସ୍ଥାପନ କରାଯାଏ ।*
  • *ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ ।*
  • *ଧ୍ୱଜପମୂର୍ତ୍ତି: ପଞ୍ଚମୁଖୀ ହନୁମାନ ।
  • ନାଲି ଓ ହଳଦିଆ ରଙ୍ଗର କପଡ଼ାରେ ରଥାବରଣ କରାଯାଏ ।
  • ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।
  • (କ୍ରମଶଃ)

Leave A Reply

Your email address will not be published.