ରଥ ପଥ ଜଗନ୍ନାଥ-2: ଦର୍ପଦଳନ

0
  • TATKAL ODISHA //ଐତିହ୍ୟ ଖୋଜ//

**************************************************-

ଶ୍ରୀଜଗନ୍ନାଥଙ୍କ ରଥର ୧୬ ଚକ ଷୋଳକଳାର,ବଳଭଦ୍ରଙ୍କର ୧୪ ଚକ ଚତୁର୍ଦ୍ଦଶ ମନ୍ୱନ୍ତରର ଓ ସୁଭଦ୍ରାଙ୍କ ୧୨ ଚକ ବାରମାସର ଦୃଷ୍ଟି ଆକର୍ଷଣ କରିଥାଏ ।

  • ତିନି ରଥର ଦଧିନଉତି : ହିରଣ୍ୟଗର୍ଭ, ହିରଣ୍ମୟୀ, ଭୁବନକୋଷ
  • ତିନି ଦଧିନଉତି ଉପରେ ମୋଟ ୯ଟି ପିତଳ କଳସ I ତାହା ନଭ, ଆକାଶ, ବ୍ୟୋମ, ପରା, ଅପରା, ବୈଖାରୀ, ଚନ୍ଦ୍ର, ସୂର୍ଯ୍ୟ, ବିଦ୍ୟୁତ ସ୍ଥାପନ କରାଯାଏ ।
  • ଆସନ୍ତୁ ମା ସୁଭଦ୍ରାଙ୍କ ରଥ ବିଷୟରେ ଜାଣିବା…

*****************************************************

ଦର୍ପଦଳନ

  • ‘ଦର୍ପଦଳନ’ ବା ‘ପଦ୍ମଧ୍ୱଜ’ ବା ‘ଦେବଦଳନ’ ରଥରେ ସୁଭଦ୍ରାଙ୍କ ସହ ଶ୍ରୀସୁଦର୍ଶନ ବିଜେ କରନ୍ତି ।
  • ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ ।
  • ରଥରେ ୧୨ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ ।
  • ସାରଥି: ଅର୍ଜୁନ ।
  • ରଥର ଦଉଡ଼ି: ସ୍ୱର୍ଣ୍ଣଚୂଡ଼ ।
  • ଧ୍ୱଜପମୂର୍ତ୍ତି: ଜୟଦୁର୍ଗା ।
  • ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ ।
  • ନାଲି ଓ କଳା ରଙ୍ଗର କପଡ଼ାରେ ରଥାବରଣ କରାଯାଏ ।
  • ଦର୍ପଦଳନରେ ବିମଳା, ମଙ୍ଗଳା, ବାରାହୀ, ଭଦ୍ରକାଳୀ(ଶବରୂଢ଼ା ଚତୁର୍ଭୁଜା), ବନଦୁର୍ଗା ବା କଣ୍ଟକାଢ଼ି, କାତ୍ୟାୟନୀ (ଅଷ୍ଟଭୁଜା ଦୁର୍ଗା), ହରଚଣ୍ଡୀ, ରାମଚଣ୍ଡୀ (ଅଷ୍ଟଭୁଜା ଓ ବାମହାତ କାଣି ଆଙ୍ଗୁଠିକୁ ପାଟିରେ ଚୁଚୁମିଛନ୍ତି), ଅଘୋରା ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।*

(କ୍ରମଶଃ)

Leave A Reply

Your email address will not be published.