ରାଜ୍ୟରେ ଖୋଲିବ ୧୧ ସାଇବର ଥାନା

0

  • ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

  • ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ସାଇବର ଥାନା ମିଶି ହେଲା ୧୪
  • ୧୫୪ ପୋଲିସ କର୍ମଚାରୀ ଓ ୯୦ ବିଶେଷଜ୍ଞ ନିୟୋଜିତ ହେବେ

ଭୁବନେଶ୍ୱର//TATKAL ODISHA//

   ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି । ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି ।

ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ । ତେଣୁ ସାଇବର ଅପରାଧ ତଥା ତଦ୍ ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ  ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । 

ବର୍ତ୍ତମାନ ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ର ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ । ଏହା ଦ୍ଵାରା ଏହି ଥାନର ସଖ୍ୟା ୧୪ରେ ପହଞ୍ଚିଲା ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ନିମ୍ନଲିଖିତ ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ। ସେଗୁଡିକ ହେଲା – କଟକ, ଭୁବବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଂଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ।

ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ଏ.ଏସ୍.ଆଇ (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ । ଏମାନଙ୍କ ବ୍ୟତୀତ Finance ଓ  Accounts Analyst,  IT Expert, ଓ Cyber forensic  expert ପରି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି । ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ।
  • ସାଇବର କ୍ରାଇମ ସମ୍ପର୍କିତ TATKAL ODISHAର ପୂର୍ଵ ରିପୋର୍ଟ ଦେଖନ୍ତୁ…

ଗୋଟିଏ ଫୋନ କଲରେ ଆକାଉଣ୍ଟରୁ ୮୭,୦୦୦ ଟଙ୍କା ଗାୟବ

ଗୋଟିଏ ଫୋନ କଲରେ ଆକାଉଣ୍ଟରୁ ୮୭,୦୦୦ ଟଙ୍କା ଗାୟବ

Leave A Reply

Your email address will not be published.