ରାଧା ପାଦଦର୍ଶନ: କୋଟି ଜନ୍ମର ଫଳ ମିଳେ

0

  • ପୁରୀ, ସାକ୍ଷୀଗୋପାଳ,//TATKAL ODHISHA//

ଆଜି ପବିତ୍ର କାର୍ତ୍ତିକମାସ ଶୁକ୍ଳପକ୍ଷ I ନବମୀତିଥି I ଏହି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀରେ  “ଶ୍ରୀରାଧା ପାଦଦର୍ଶନ” କଲେ କୋଟି ଜନ୍ମର ପୁଣ୍ୟ ମିଳେ ବୋଲି ହିନ୍ଦୁ ଧର୍ମରେ ବିଶ୍ୱାସ ରହିଛି I

 ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର ପାଦପଦ୍ମଦ୍ୱୟକୁ ବର୍ଷକେ ଥରେ ନବମୀଦିନ ଭକ୍ତମାନେ ଦର୍ଶନ କରି ଆଶିଷ ଲାଭ କରନ୍ତି । ଏଥିପାଇଁ ଏହା ଏହି ଦିବସ ରାଧାପାଦ ଦର୍ଶନ ନାମରେ ବିଦିତ ।

ସାକ୍ଷୀଗୋପାଳ ମନ୍ଦିର

  ସାକ୍ଷୀଗୋପାଳ ମନ୍ଦିରରେ ଏହି ଯାତ୍ରା ପୁରୀ ରଥଯାତ୍ରା ପରେ ଦ୍ୱିତୀୟ ବଡ଼ ଯାତ୍ରା । କାର୍ତ୍ତିକମାସ ଶୁକ୍ଳପକ୍ଷ ଏକାଦଶୀ ପର୍ଯ୍ୟନ୍ତ ଏହି ଯାତ୍ରା ପାଳିତ ହୁଏ ।

  • ପୂଜାରେ ଵିଧି 

ରାଧା ରୂପେ ପୂଜା ପାଉଥିବା ମାନବୀ ପ୍ରିୟା ଲକ୍ଷ୍ମୀଙ୍କ ଜନ୍ମଦିନ I ଶୁକ୍ଳପକ୍ଷ ନବମୀ ତିଥିରେ ଓଡ଼ିଆଣୀ ବେଶ ଅନୁଷ୍ଠିତ ହେବ । ବେଶ ସମୟରେ ଠାକୁରାଣୀ କାଣିଆ କଛା ମାରନ୍ତି I

ଫଳରେ ବର୍ଷସାରା ଶାଢ଼ୀରେ ଆବୃତ ହୋଇ ରହିଥିବା ଠାକୁରାଣୀଙ୍କ ପାଦପଦ୍ମ ଦ୍ୱୟକୁ ଭକ୍ତମାନେ ଦର୍ଶନ କରିଥାନ୍ତି ।

 ଏହି ଦିନ ଗୋପାଳଙ୍କୁ ଚନ୍ଦନ ଚର୍ଚ୍ଚିତ କରାଯାଇ ମସ୍ତକରେ ସ୍ୱର୍ଣ୍ଣ କିରୀଟ, ହାତରେ ସୁବର୍ଣ୍ଣ ବଂଶୀ ସାଙ୍ଗକୁ ନଟବର ବେଶରେ ଏବଂ ରାଧାଙ୍କୁ ଖଣ୍ଡୁଆ ପାଟବସ୍ତ୍ର ସହ କିରୀଟ, ପାଉଁଜି, ଝୁଣ୍ଟିଆ, କୁଣ୍ଡଳ, ଚାପସରି ସେବତୀ ହାର, ନୋଥ, ଗୁଣା ଏବଂ ଅଁଳା ହାର ଲାଗି କରାଯାଏ ।(ସଂଗୃହିତ)

Leave A Reply

Your email address will not be published.