ରାସ୍ତା, ନର୍ଦମା ଉନ୍ନତିକରଣ ପାଇଁ 500 କୋଟି

0
  • ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର //TATKAL ODISHA//

ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I

   ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ,ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ କରାଯିବ  I ଏଥିପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର ହୋଇଛି। 

ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.