ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା : ଦେଖନ୍ତୁ LIVE ଚିତ୍ର..

0

ପୁରୀ//TATKAL ODISHA//

ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ ହେଉଛି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା।  ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଉଛି ।

 ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ । 

ଦେଖନ୍ତୁ ପୁରୀରୁ LIVE ଭିଡିଓ..

ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ ।

ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

Leave A Reply

Your email address will not be published.