ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ 175.5 କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର

0

କଲେ ମୁଖ୍ୟମନ୍ତ୍ରୀ

ଚଳିତ ବର୍ଷର  ଅନୁଦାନ  351 କୋଟି  ଟଙ୍କାକୁ  ବୃଦ୍ଧି

ଭୁବନେଶ୍ୱର,//TATKAL ODISHA//

 ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ 175.5 କୋଟିର ଅତିରିକ୍ତ ଅନୁଦାନକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ମଞ୍ଜୁରୀ ପ୍ରଦାନ କରିଛନ୍ତି।  ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ। ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ।

  ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା 9ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି । ଶନିବାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ 5T ସଚିବ   ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । 

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର  ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି

Leave A Reply

Your email address will not be published.