୨୧୬ ପୋଲିସ ଫାଣ୍ଡି ଦାୟିତ୍ୱରେ ସଵ୍ ଇନ୍ସପେକ୍ଟର

0
  • ପ୍ରସ୍ତାବକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର//TATKAL ODISHA//

ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି ।

ପୂର୍ବରୁ ସଵ୍ ଇନ୍ସପେକ୍ଟରମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ I ଏବେ ରାଜ୍ୟ ସରକାର ସେମାନଙ୍କୁ ସ୍ୱୀକୃତି ପ୍ରଦାନ କରିଛନ୍ତି I

କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।

ସବ୍ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନ ରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣ ରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

Leave A Reply

Your email address will not be published.