ଆଉ 4 ଅଧିକାରୀଙ୍କ ଚାକିରୀ ଗୋଲ

0
  • ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି
  • ମୋ ସରକାରରେ ପ୍ରତିକୂଳ ମତାମତର ପ୍ରଭାବ
  • ୩ ଜଣ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଜଣେ RI ଚାକିରୀ ରୁ ବହିଷ୍କୃତ ।
  • ୨ ଜଣ ପୂର୍ବତନ ଅଧିକାରୀ ଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଗଲା
  • ବର୍ତ୍ତମାନ ସୁଦ୍ଧା ୧୪୦ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
  • ଭୁବନେଶ୍ୱର//TATKAL ODISHA//

ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଜାରି ରହିଛି I ଆଉ 4 ଅଧିକାରୀଙ୍କ ଚାକିରୀ ଗୋଲ ହୋଇଛି I

    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍‌ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।  

ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲ୍‌ଟି ଓ ଛତ୍ରପୁର ଏନ୍‌ଏସିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ) ଲଳିତା କପୁରଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି। ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ବେଲପାହାଡ ମ୍ୟୁନିସିପାଲ୍‌ଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ  ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଝାରସୁଗୁଡା ମ୍ୟୁନିସ୍‌ପାଲିଟ୍‌ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ବ ନିରୀକ୍ଷକ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରୀରୁ ବହିଷ୍କୃତ କରାଯାଇଛି ।

ଉପରୋକ୍ତ ଚାରିଜଣଙ୍କ ସମ୍ପର୍କରେ ମଧ୍ୟ ମୋ ସରକାର feedbackରେ ଜନସାଧାରଣ ପ୍ରତିକୂଳ ମତାମତ ଦେଇଥିଲେ ।

ଏହାସହିତ ଓଡିଶା ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍‌.ପି ତଥା ହୋମଗାର୍ଡର ପୂର୍ବତନ ଡି.ଏସ୍‌.ପି  ଶ୍ରୀକାନ୍ତ ମିଶ୍ର ଏବଂ ଗଞ୍ଜାମ ବେଲଗୁଣ୍ଠା ବ୍ଲକ୍‌ର ପୂର୍ବତନ ଏ.ଏଫ.ଓ  ଏପିଲି ଉଦୟନାଥଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି। ସେମାନଙ୍କ ନାମରେ ଥିବା  ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.