ଆଜିର ରାଶିଫଳ ତା୨୭-୦୭-୨୦ ସୋମବାର ତୁଳାଚନ୍ଦ୍ର ଅହୋରାତ୍ର

0

[ସୂଚନା: ସାଧାରଣତଃ ଦୈନିକ ରାଶିଫଳ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଚନ୍ଦ୍ର ଗୋଟିଏ ରାଶିରେ ପ୍ରାୟ ଅଢ଼େଇ ଦିନ ରହୁଥବାରୁ ସେହି ଅଢ଼େଇ ଦିନ ପର୍ଯ୍ୟନ୍ତ ଗୋଟିଏ ରାଶିର ଫଳ ସମାନ ରହିବ। ଯେଉଁଦିନ ଚନ୍ଦ୍ର ଗୋଟିଏ ରାଶିରୁ ଆଉ ଗୋଟିଏ ରାଶିକୁ ଚଳୁଛନ୍ତି, ସେଦିନ ଦିନବେଳା ଅଧିକାଂଶ ସମୟ ଚନ୍ଦ୍ର ଯେଉଁ ରାଶିରେ ଅଛନ୍ତି, ସେହି ରାଶିରେ ଚନ୍ଦ୍ରଙ୍କ ସ୍ଥିତି ଅନୁଯାୟୀ ରାଶିଫଳ ଦିଆଯାଇଛି। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ମୂର୍ଖତା। ଊଣା-ଅଧିକେ ଫଳ ତ ନିଶ୍ଚୟ ଘଟିବ, ମାତ୍ର ଏଥିରୁ ପାଠକେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ମୋର ପାଠକ ଓ ବନ୍ଧୁମାନଙ୍କୁ ଅନୁରୋଧ- ରାଶିଫଳ ବା ଜ୍ୟୋତିଷ ଉପରେ ସମ୍ପୂର୍ଣ୍ଣ ନିର୍ଭର ନ କରି ନିଜର ପୁରୁଷକାର ଉପରେ ନିର୍ଭର କରନ୍ତୁ ଏବଂ ବିବାହ, ବ୍ରତ, ଗୃହାରମ୍ଭ, ପ୍ରତିଷ୍ଠା, ଶିକ୍ଷା ଓ ବୃତ୍ତି ଚୟନ, ବିଦେଶ ଯାତ୍ରା, ନୂତନ ଶିଳ୍ପ ବା ବ୍ୟବସାୟ ଆରମ୍ଭ ଆଦି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ନିମନ୍ତେ ଜ୍ୟୋତିଷିକ ପରାମର୍ଶ ନିଅନ୍ତୁ। ପରାମର୍ଶ ପାଇଁ ନିମ୍ନୋକ୍ତ ଫୋନ୍ ନମ୍ବରରେ ସକାଳ ୯ଟାରୁ ୧୦ଟା ମଧ୍ୟରେ ଯୋଗାଯୋଗ କରିପାରନ୍ତି।]

ମେଷ: ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। 

ବୃଷ: ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। 

ମିଥୁନ: ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।

କର୍କଟ: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। 

ସିଂହ: କାର୍ଯ୍ୟରେ ସଫଳତା ମିଳିବ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। 

କନ୍ୟା: ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।   

ତୁଳା: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଯୋଗ ଅଛି। କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। 

ବିଛା: ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି। 

ଧନୁ: ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। 

ମକର: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। 

କୁମ୍ଭ: ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ।  ସ୍ବାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। 

ମୀନ: ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ।    

ଜ୍ୟୋତିର୍ବିଦ୍ ଦୋଳଗୋବିନ୍ଦ ପଣ୍ଡା,

ଜ୍ୟୋତିଷ ପ୍ରବୀଣ

ଗଣକ, ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା,

ମୋ- ୭୦୦୮୯୬୦୫୦୨,ଇମେଲ: dolagovinda@gmail.com

Leave A Reply

Your email address will not be published.