୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର ଉନ୍ନୀତ

0

  • ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର//TATKAL ODISHA//

ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ କରାଯାଇଛି I ସେସବୁକୁ ରାଜ୍ୟ ସରକାର ଅଙ୍ଗନବାଡି କେନ୍ଦ୍ରରେ ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି I 

ରାଜ୍ୟରେ ବର୍ତ୍ତମାନ 74154 ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ 10416 ମିନି ଅଙ୍ଗନବାଡି ଥିଲା .ତନ୍ମଧ୍ୟରୁ 2836 ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା I

ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା – ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ (Anganwadi Worker) ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ (Anganwadi Helper) ନିଯୁକ୍ତ କରାଯିବ। ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ, ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।

Leave A Reply

Your email address will not be published.