କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

0
  • ୟୁଜିସି ଅଧିନିୟମ ୧୯୫୬ ଧାରା ୧୨(ବି)ରେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ:ଧର୍ମେନ୍ଦ୍ର 

ଭୁବନେଶ୍ୱର//TATKAL ODISHA//

କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି । ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨(ବି)ରେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ମିଳିବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


 ବୁଧବାର ଟ୍ୱିଟ୍ କରି ମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ, ଅଧିନିୟମ ୧୯୫୬, ଧାରା ୨(ଏଫ୍‌) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ଏହି ନିଷ୍ପତ୍ତି ନିଶ୍ଚିତ ଭାବରେ ଜନଜାତି ବହୁଳ ଅଞ୍ଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ । ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ‘ଜାତୀୟ ଶିକ୍ଷା ନୀତି’ ଜରିଆରେ ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରାଇବ । କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨(ବି)ରେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ଏହି ଆର୍ôଥକ ଅନୁଦାନ ବିଶ୍ୱବିଦ୍ୟାଳୟର ଭିରିଭୂମିକୁ ମଜବୁତ୍ କରିବା ସହ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିବାରେ ସହାୟକ ହେବ ।
 ଶ୍ରୀ ପ୍ରଧାନ କହିଥିଲେ, ବିଶ୍ୱବିଦ୍ୟାଳୟ ମାନ୍ୟତା ନେଇ ତାଙ୍କୁ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଅବଗତ କରାଇଥିଲେ । ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ମାନ୍ୟତା ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.