କାର୍ଯ୍ୟକ୍ଷମ ହେବ 16 ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ

0

  • ସମସ୍ତ ସରକାରୀ ହସ୍ପିଟାଲରେ କୋଭିଡ୍ ଚିକିତ୍ସା ବ୍ୟବସ୍ଥା
  • ମାଗଣା ପରୀକ୍ଷା, ଆମ୍ବୁଲାନ୍ସ୍ ସେବା ଓ ଚିକିତ୍ସା
  • ରୋଗୀଙ୍କୁ କୌଣସି ଦେୟ ଦେବାକୁ ପଡ଼ିବନାହିଁ


ଭୁବନେଶ୍ୱର,//TATKAL ODISHA//


ଓମିକ୍ରନ ଓ କରୋନା ହୁ ହୁ ହୋଇ ବଢୁଥିବାରୁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ହସ୍ପିଟାଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି I ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଅନୁଗୁଳ, ତାଳଚେର, ପୁରୀ, ଗଂଜାମ, ସମ୍ବଲପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବାରିପଦା, ବଲାଙ୍ଗିର, କନ୍ଧମାଳ, ରାଉରକେଲା, ଗଜପତି ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟକରିବ। ଏହା ଛଡ଼ା ସମସ୍ତ ସରକାରୀ ହସ୍ପିଟାଲରେ ବି  କୋଭିଡ୍ ଚିକିତ୍ସାର ବ୍ୟବସ୍ଥା ରହିବ। ଆକ୍ରାନ୍ତଙ୍କୁ ସରକାରୀ ଖର୍ଚ୍ଚରେ ପରୀକ୍ଷା, ଆମ୍ବୁଲାନ୍ସ୍ ସେବା ଓ ଚିକିତ୍ସା ଆଦି ଯୋଗାଇ ଦିଆଯିବ । ଏଥିପାଇଁ ରୋଗୀମାନଙ୍କୁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।

କୋରାପୁଟ କୋଭିଡ ହସ୍ପିଟାଲ


TATKAL ODISHAକୁ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର I


ଶ୍ରୀ ମହାପାତ୍ର କହିଛନ୍ତି ଯେ, ସମ୍ଭାବ୍ୟ କୋଭିଡ୍ ଲହରର ମୁକାବିଲା ନିମନ୍ତେ ଜିଲ୍ଲା, ପୌରାଞ୍ଚଳ ଏବଂ ହସ୍ପିଟାଲସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରାଯାଇଛି । ବିଭିନ୍ନ ଜିଲ୍ଲାପାଳ, ପୌର କମିଶନର, ସରକାରୀ ଏବଂ ଘରୋଇ ହସ୍ପିଟାଲ ସହ ସିଧାସଳଖ ଆଲୋଚନା କରି ଏକ ସପ୍ତାହ ମଧ୍ୟରେ ସମସ୍ତ ବେଡ୍, ଆଇ.ସି.ୟୁ, ଆମ୍ବୁଲାନ୍ସ୍, ଆଦି ପୂର୍ଣ୍ଣ ପ୍ରସ୍ତୁତ କରିବା ସହ ଆକ୍ରାନ୍ତଙ୍କୁ ତୁରନ୍ତ ଚିକିତ୍ସା ଦେବା ନିମନ୍ତେ ତାଲିମପ୍ରାପ୍ତ  ଡାକ୍ତର, ନର୍ସ ଏବଂ ସ୍ୱାସ୍ଥ୍ୟସହାୟକ ମୁତୟନ କରିବା ପାଇଁ  ନିର୍ଦ୍ଦେଶ ଦିଆଯାଇଛି I ସେହିପରି ସମସ୍ତ ଜିଲ୍ଲା, ପୌରାଞ୍ଚଳ ସମେତ ରାଜ୍ୟ ସ୍ତରରେ ନିର୍ଦ୍ଧାରିତ ପ୍ରୋଟକଲ୍ ଅନୁଯାୟୀ ରାପିଡ୍ ରେସପନ୍ସ  ଟିମ୍, କଲ୍ ସେଣ୍ଟର, ନିୟନ୍ତ୍ରଣ କକ୍ଷ, ଆମ୍ବୁଲାନ୍ସ୍ ଆଦି ସଠିକ୍ ଭାବେ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି I ତୁରନ୍ତ  ଟେଷ୍ଟିଂ, ଟ୍ରାକିଂ,ଏବଂ ଟ୍ରିଟମେଣ୍ଟ ନିମନ୍ତେ ସମୁଦାୟ ବ୍ୟବସ୍ଥାକୁ ପୂର୍ଣ୍ଣ କର୍ମକ୍ଷମ ରଖିବାକୁ କୁହାଯାଇଛି I


  ଶ୍ରୀ ମହାପାତ୍ର କହିଛନ୍ତି ଯେ, ବିଭିନ୍ନ ଦେଶ ଓ ରାଜ୍ୟରେ ତୃତୀୟ ଲହରର ସଂକ୍ରମଣ ହାର ଅଧିକ ଥିବାରୁ ଆମ ରାଜ୍ୟରେ ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ନିମନ୍ତେ ଅଧିକ ମାତ୍ରାରେ ପ୍ରସ୍ତୁତ ରହିବା ପାଇଁ  ନିର୍ଦ୍ଦେଶନାମା ଜାରି ହୋଇଛି I ବିଶେଷକରି  ଆବଶ୍ୟକୀୟ ଔଷଧ ପରୀକ୍ଷା ଉପକରଣ, ଚିକିତ୍ସା ସରଞ୍ଜାମ, ଅକ୍ସିଜେନ୍ ଆଦି ଆଗୁଆ ଉପଲବ୍ଧ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । 

ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ରାଜ କୁମାର ଶର୍ମା କହିଥିଲେ, କୋଭିଡର  ୨ୟ ଲହରରେ ସମୁଦାୟ ୫୫ଟି ସ୍ୱତନ୍ତ୍ର କୋଭିଡ୍ ସ୍ୱାସ୍ଥ୍ୟକେନ୍ଦ୍ର କାର୍ଯ୍ୟ କରୁଥିଲା । ତା’ଛଡ଼ା ସରକାରୀ ହସ୍ପିଟାଲରେ  କୋଭିଡ଼୍ ଚିକିତ୍ସାର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା । ୨ୟ ଲହର ସମୟରେ ଅସ୍ତାୟୀ ମେଡିକାଲ୍ କେନ୍ଦ୍ର, କୋଭିଡ୍ କେୟାର କେନ୍ଦ୍ର, ସ୍ୱତନ୍ତ୍ର କୋଭିଡ଼୍ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ସ୍ୱତନ୍ତ୍ର କୋଭିଡ଼୍ ହସ୍ପିଟାଲ ଆଦିରେ ପ୍ରାୟ ୯୪,୦୦୦ ବେଡ୍ ପ୍ରସ୍ତୁତ କରାଯାଇଥିଲା । ଆଇ.ସି.ୟୁ. ଏବଂ ଏଚ୍.ଡି.ୟୂଙ୍କରେ ପ୍ରାୟ ୩୫୦୦ ବେଡ୍ ପ୍ରସ୍ତୁତ କରାଯାଇଥିଲା; ଏବଂ, ୧୧୦୨ ଟି ଭେଣ୍ଟିଲେଟର କାର୍ଯ୍ୟକ୍ଷମ କରାଯାଇଥିଲା । 

Leave A Reply

Your email address will not be published.