କେନ୍ଦୁପତ୍ର ଉପରୁ ସମ୍ପୂର୍ଣ୍ଣ GST କେନ୍ଦ୍ର ହଟାଉ,ନବୀନଙ୍କ ଦାବି

0
  • କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ଯାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା
  • ଭୁବନେଶ୍ବର,//TATKAL ODISHA//
କେନ୍ଦୁପତ୍ର ତୋଳାଳୀ ସଂଘ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଦାବି କରିବାର ଚବିଶ ଘଣ୍ଟା ନ ପୂରୁଣୁ କେନ୍ଦୁପତ୍ର ଉପରୁ ସମ୍ପୂର୍ଣ୍ଣ ଜିଏସଟି ପ୍ରତ୍ୟାହାର ପାଇଁ କେନ୍ଦ୍ର ସରକାରଙ୍କ ଠାରେ ସେ ଦୁଢ ଦାବି କରିଛନ୍ତି I ଏଥି ସହ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ଯାଣ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି I 
 
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଆପଣମାନେ ଜାଣନ୍ତି, ଆମ  ରାଜ୍ୟରେ  ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ  ଅଛନ୍ତି

ଏମାନେ ଗରିବ ଲୋକ I ବହୁ ଜନଜାତି ମା ମାନେ ମଧ୍ଯ କେନ୍ଦୁପତ୍ର ତୋଳିବା କାମ କରନ୍ତି I କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୋ ସରକାର ସବୁବେଳେ କାମ କରି ଆସୁଛି।ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି।

ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି I

ଗତ ସପ୍ତାହ ମଧ୍ୟରେ ମୁଁ କେନ୍ଦୁପତ୍ର ତୋଳାଳୀଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଛି ।

ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥକୁ ଦୃଷ୍ଟି ରେ ରଖି ମୁ ଏହି ପ୍ୟାକେଜ ଘୋଷଣା କରୁଛି ।

  • ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯିବ।
  • ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ।
  • କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ।
  • ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।
  • ସର୍କଲ ଚେକ୍‌ରସ୍‌ ଓ ବାଇଣ୍ଡିଂ ଚେକର୍‌ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନ ରୁ ବୃଦ୍ଧି କରି କୁ ୧୫ ଦିନ କରାଯିବ।
  • ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ।
  • କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସଟି ରଖିଛନ୍ତି I ଏହା ବହୁତ ଅଧିକ

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ଏମାନେ ସମସ୍ତେ ଗରିବ ଲୋକ I ତେଣୁ କେନ୍ଦୁପତ୍ର ଉପରୁ GST ଉଠାଇ ଦେବା
ପାଇଁ କେନ୍ଦ୍ର ସରକାରଙ୍କୁ ମୁଁ ବାରମ୍ଵାର ଅନୁରୋଧ କରିଛି ।ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରୁଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି I

Leave A Reply

Your email address will not be published.