ନବୀନଙ୍କ ପୂଜା ଭେଟି : ବଢିଲା 11% ମହଙ୍ଗା ଭତ୍ତା

0

  • ମୁଖ୍ୟମନ୍ତ୍ରୀଙ୍କ ଘୋଷଣା,
  • ଜୁଲାଇ 21ରୁ ମହଙ୍ଗା ଭତ୍ତା ରେ 11%ବୃଦ୍ଧି
  • ଆକ୍ଟୋବର ଦରମା ରେ ବର୍ଦ୍ଧିତ ଭତ୍ତା ମିଳିବ

ଭୁବନେଶ୍ୱର//TATKAL ODISHA//

ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ 11%ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି।

ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା 17%ରୁ ବଢ଼ି ,28%ରେ ପହଞ୍ଚିଲା ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ 1/7/2021 ରୁ ପିଛିଲା ଭାବରେ 11%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ
ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

Leave A Reply

Your email address will not be published.