tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ

1 min read

ଭୁବନେଶ୍ୱର,//TATKAL ODISHA//
ନୂଆପଡ଼ା ଉପନିର୍ବାଚନ ପାଇଁ ଘାସିରାମ ମାଝୀ କଂଗ୍ରେସର ଦଳୀୟ ପ୍ରାର୍ଥୀ ହୋଇଛନ୍ତି।

ପିସିସି ସଭାପତି ଭକ୍ତ ଚରଣ ଦାସ ଓ ତାଙ୍କ ରାଜନୈତିକ ବ୍ୟାପାର କମିଟିର ସର୍ବସମ୍ମତ ପ୍ରସ୍ତାବରେ ମଙ୍ଗଳବାର ମୋହର ଲଗାଇଛି ଏଆଇସିସି। ଏହି ମର୍ମରେ ଏଆଇସିସି ପକ୍ଷରୁ ସାଧାରଣ ସଂପାଦକ (ସଙ୍ଗଠନ) ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ଘାସିରାମଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷିତ ହେବାପରେ ଦଳୀୟ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି।


 ଉପନିର୍ବାଚନ ନେଇ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବା ପରଠାରୁ ଘାସିରାମଙ୍କ ନାଁ ଚର୍ଚ୍ଚାରେ ରହିଥିଲା। ସେହି ଅନୁମାନ ଏବେ ସତ୍ୟ ହୋଇଛି। ସେ ଉକ୍ତ ନିର୍ବାଚନମଣ୍ଡଳୀରେ ୩ ଥର ଲଢ଼ି ହାରିଛନ୍ତି। ୨୦୧୪ ଓ ୨୦୧୯ରେ ସେ କଂଗ୍ରେସ ଦଳର ପ୍ରାର୍ଥୀ ହୋଇଥିବାବେଳେ ୨୦୨୪ ନିର୍ବାଚନରେ ତାଙ୍କୁ ଦଳୀୟ ଟିକଟ ନ ମିଳିବାରୁ ସେ ସ୍ୱାଧୀନ ଭାବେ ଲଢ଼ି ୫୦,୯୪୧ ଖଣ୍ଡ ଭୋଟ୍ ପାଇବା ସହ ଦ୍ୱିତୀୟ ସ୍ଥାନରେ ଥିଲେ। କଂଗ୍ରେସର ଦଳୀୟ ପ୍ରାର୍ଥୀ ତଥା ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ୧୫ ହଜାରରୁ ଅଧିକ ଭୋଟ୍ ପାଇଥିବାରୁ କଂଗ୍ରେସ ଖାତାରେ ୬୫ ହଜାରରୁ ଅଧିକ ଭୋଟ୍ ଥିବା ନେଇ ପିସିସି ସଭାପତି ଆକଳନ କରିଆସୁଥିଲେ। ତେଣୁ ଏ ଥର ସେ ଜିତିବାରେ ଅସୁବିଧା ହେବନାହିଁ ବୋଲି ଶ୍ରୀ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି।

Share

Leave a Reply