ପୁଣି ଏକ ଘୁର୍ଣ୍ଣିବଳୟ : ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ
ଭୁବନେଶ୍ୱର//TATKAL ODISHA//
ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର l
ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର 7.6 କିମି ଯାଏଁ ବ୍ୟାପିଛି I
ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ I ଏଥି ସହ ଉପକୂଳ ଓ ଅଭ୍ୟନ୍ତରୀଣ ଓଡ଼ିଶାରେ ପାଗ କୋହଲା ସାଙ୍ଗକୁ ସାମାନ୍ୟରୁ ମଧ୍ଯମ ଧରଣର ତୁହାକୁ ତୁହା ବର୍ଷା ଲାଗି ରହିବ I