ଫେବୃଆରୀ ୨୦୨୪ରେ ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’
ଭୁବନେଶ୍ୱର//TATKAL ODISHA//
୨୦୨୪ ଫେବୃଆରୀ ମାସରେ ତିନି ଦିନ ବ୍ୟାପି ରାଜ୍ୟ ରାଜଧାନୀ ଭୁବନେଶ୍ୱର ଠାରେ ପ୍ରଥମ “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ” ଆୟୋଜନ କରାଯିବ Iମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଐତିହ୍ୟ କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଛି ।
“ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟଭିଭିକ ବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ।“
ମଙ୍ଗଳବାର କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ଆର୍.କାର୍ତ୍ତିକେୟନଙ୍କ ଉପସ୍ଥିତରେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର କହିଛନ୍ତି ଯେ, କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କ୍ରମେ ୨୦୨୪ ଫେବୃଆରୀ ମାସରେ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ପ୍ରଥମ “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ” ଆୟୋଜନ କରାଯିବ Iରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ମଧ୍ୟ ଆୟୋଜନ କରାଯିବ । ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟଭିଭିକ ବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ।
ଶ୍ରୀ ପାତ୍ର କହିଛନ୍ତି ଯେ, ରାଜ୍ୟର ଛାତ୍ରଛାତ୍ରୀଙ୍କୁ ଏଥିରେ ବ୍ୟାପକ ଭାବେ ସାମିଲ କରାଯିବ। ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯିବ । ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ, ବିଶ୍ୱବିଦ୍ୟାଳୟମାନେ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ ।
ଏହି “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ” ଆୟୋଜନ ଦ୍ୱାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ୱରାନ୍ୱିତ ହେବ । ଏତଦ୍ ବ୍ୟତୀତ ମାତୃଭାଷାକୁ ସମ୍ମାନ ଦେବା ଓ ଏହାର ଉନ୍ନତି ସାଧନ କରିବା ତଥା ଆଗାମୀ ପିଢିଙ୍କ ପାଇଁ ଓଡ଼ିଆ ଭାଷାର ଅସ୍ମିତାକୁ ବଜାୟ ରଖିବା କାର୍ଯ୍ୟ ସମ୍ପାଦନରେ ଉକ୍ତ ସମ୍ମିଳନୀର ପ୍ରଭାବ ସୁଦୂର ପ୍ରସାରୀ ହୋଇପାରିବ ।
ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟ ବୈଠକର ଏହି ନିଷ୍ପତ୍ତି ପରେ ପରେ ଏ ସଂପର୍କରେ ଗଣମାଧ୍ୟମକୁ ବିଶଦ୍ ସୂଚନା ପ୍ରଦାନ କରିଥିଲେ ।