ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
- ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିବ
- ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ
- ଫେବୃଆରୀ ୧୭ରେ ୨୦୨୫-୨୬ ବର୍ଷ ପାଇଁ ବାର୍ଷିକ ବଜେଟ୍ ଉପସ୍ଥାପନ
ଭୁବନେଶ୍ୱର//TATKAL ODISHA//
ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ ଭବନରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରି ବିସ୍ତୃତ ଆଲୋଚନା କରିଛନ୍ତି I
ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ I
ଫେବୃଆରୀ ୧୩ ରୁ ଆରମ୍ଭ ହୋଇ ଏପ୍ରିଲ ଯାଏ ଏହି ଅଧିବେଶନ ଚାଲିବ। ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିବ ।
2025ର ପ୍ରଥମ ଅଧିବେଶନ I ଏହି କାରଣରୁ ରାଜ୍ୟପାଳ ହରିବାବୁ କୁମ୍ଭମପତି ଗୃହକୁ ସମ୍ବୋଧିତ କରି ଅଧିବେଶନ କରିବା ପରେ ୧୪ ଏବଂ ୧୫ ରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବୃଆରୀ ୧୭ ରେ ୨୦୨୫-୨୬ ବର୍ଷ ପାଇଁ ବାର୍ଷିକ ବଜେଟ୍ ଉପସ୍ଥାପନ କରିବେ ଏବଂ ମାର୍ଚ୍ଚ ୨୯ ରେ ଆପ୍ରୋପ୍ରାଇଜେସନ୍ ବିଲ୍ ଉପସ୍ଥାପିତ କରାଯିବ ବୋଲି ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି ।
ବଜେଟ୍ ସମ୍ପର୍କୀୟ ଆଲୋଚନା ଫେବୃଆରୀ ୨୦ ଏବଂ ୨୧ ରେ ଅନୁଷ୍ଠିତ ହେବାକୁ ଥିବାବେଳେ ଧାର୍ଯ୍ୟ ଅନୁଦାନ ଉପରେ ଆଲୋଚନା ମାର୍ଚ୍ଚ ୧୦ ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଜାରି ରହିବ ।