ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍
- ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର
- ଭୁବନେଶ୍ୱର//TATKAL ODISHA//
ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ I ଏନେଇ ରାଜ୍ୟ କ୍ୟାବନେଟରେ ମୋହର ଲାଗିଛି I
ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ I ମୋଟ ବାର ପ୍ରସ୍ତାବ ଅନୁମୋଦନ ଲାଭ କରିଛି I ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ,ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ କ୍ୟାବିନେଟ I
ଅନ୍ୟ ପ୍ରସ୍ତାବଗୁଡ଼ିକ ହେଉଛି..
- ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ ।
- -ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ ।
- -ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ।
- -ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ ।
- ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ ।