ବଦଳିବ ନାହିଁ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର//TATKAL ODISHA//
ବଦଳିବ ନାହିଁ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ I ବିରୋଧ ପରେ ସରକାର ତାହା ସ୍ପଷ୍ଟ କରିଛନ୍ତି I

ରବିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ କହିଛନ୍ତି ଯେ, ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି ।

ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ ।

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।

Leave A Reply

Your email address will not be published.