ବର୍ଷା ବିତ୍ପାତ,17 ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି

0

ଭୁବନେଶ୍ୱର//TATKAL ODISHA//


ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଅଧିକାଂଶ ନଦୀ ଫୁଲୁଛି । ବ୍ରାହ୍ମଣୀ ଭଳି କିଛି ନଦୀରେ ବନ୍ୟା ଜଳ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ସେଥିପାଇଁ ଅନୁଗୁଳ, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି, ଝାରସୁଗୁଡ଼ା, ଯାଜପୁର, କନ୍ଧମାଳ, କେଉଁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସମ୍ବଲପୁର ଓ ସୋନପୁର ଭଳି ୧୭ ଜିଲ୍ଲାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ।

ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ତଥା ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି ।

ଲଗାଣ ବର୍ଷା ପାଇଁ କାଲି ମୟୂରଭଞ୍ଜ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା
ଆସନ୍ତାକାଲି ମଧ୍ୟ ବନ୍ଦ ରହିବ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୩.୮୮ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଥିବାବେଳେ ବୌଦ୍ଧରେ ସର୍ବାଧିକ ୩୯୦.୬ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି ।

 ସ୍ୱତନ୍ତ୍ର ରିଲିଫ କମିଶନର କଣ ନିର୍ଦ୍ଦେଶ ଦେଲେ ଦେଖନ୍ତୁ…

  • – ସମସ୍ତ ନଦୀ ଓ ଜଳଭଣ୍ଡାର ସ୍ଥିତି ସମୀକ୍ଷା କରାଯାଇ ପ୍ରଶାସନକୁ ଆଲର୍ଟ ରଖ ।
  • – ବୌଦ୍ଧ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ଅନୁଗୁଳ, ବଲାଙ୍ଗୀର,କନ୍ଧମାଳ, ସମ୍ୱଲପୁର, ଯାଜପୁର ଓ ଭଦ୍ରକରେ ଅଗ୍ନିଶମ ବାହିନୀ ଓ ଜରୁରୀ କାଳୀନ ସେବା କର୍ମଚାରୀଙ୍କୁ ମୁତୟନ କର ।
  • – କେଉଁଝର ଓ ସମ୍ୱଲପୁରରେ ଓଡ୍ରାଫ୍ ଟିମ ଓ ଭଦ୍ରକ ଓ ଯାଜପୁରରେ ଏନ୍‌ଡିଆର୍‌ଏଫ୍ ଟିମ ମୁତୟନ କର ।
  • – ଜଳବନ୍ଦୀ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର କରିବା ସହ ସେମାନଙ୍କୁ ଖାଦ୍ୟ ଓ ପାନୀୟ ଜଳ ଯୋଗାଅ ।
  • – ସମସ୍ତ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକ୍ସନ ରଖ ।
  • – ଅତ୍ୟଧିକ ବର୍ଷା ହେଲେ ଆବଶ୍ୟକ ସ୍ଥଳେ ସ୍କୁଲ ଓ ଅଙ୍ଗନୱାଡ଼ି ବନ୍ଦ କର ।
  • – ବର୍ଷା ଜଳ ନିଷ୍କାସନ ଓ ଉପୁଡ଼ିଥିବା ଗଛ ସଫା ପାଇଁ ସ୍ଥାନୀୟ ପ୍ରଶାସନ ସଜାଗ ରଖ ।

Leave A Reply

Your email address will not be published.