ବୀମା ଭୁକ୍ତ ହେଲେ ଶ୍ରୀମନ୍ଦିର ସେବାୟତ

0

ଭୁବନେଶ୍ୱର //ତତ୍କାଳ ଓଡ଼ିଶା//

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ଶ୍ରୀମନ୍ଦିର ସହ ସଂପୃକ୍ତ ସମସ୍ତ ସେବକ ମାନଙ୍କୁ ସ୍ବାସ୍ଥ୍ୟ ବୀମା ସୁବିଧା ଯୋଗାଇ ଦେବା ପାଇଁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସକୁ ନିଯୁକ୍ତ କରାଯାଇଛି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ଆଜିର ବୈଠକରେ ଏହା ଚୂଡ଼ାନ୍ତ ହୋଇଛି । ଏହି ଅନୁମୋଦିତ ବୀମା ଯୋଜନା ଦ୍ବାରା ପ୍ରାୟ ୨୫୦୦ ସେବକ ପରିବାର ସ୍ବାସ୍ଥ୍ୟ ବୀମା ସୁବିଧା ପାଇବେ । ଏହି ଯୋଜନାରେ ପ୍ରତି ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ ଲକ୍ଷ ଟଙ୍କାର ମୌଳିକ ବୀମା ସୁରକ୍ଷା ଓ ଗୁରୁତର ଅସୁସ୍ଥତା କ୍ଷେତ୍ରରେ ୧ ଲକ୍ଷ ଟଙ୍କାର ଅତିରିକ୍ତ ସହାୟତା ମିଳିବ ।

ପୁନଶ୍ଚ କ୍ୟାନ୍ସର୍ ଓ କିଡ଼ନୀ ପ୍ରତିରୋପଣ କ୍ଷେତ୍ରରେ ୨୫ ଜଣ ପର୍ଯ୍ୟନ୍ତ ଚିକିତ୍ସିତ ବ୍ୟକ୍ତିଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ବୀମା ସୁରକ୍ଷା ଉପଲବ୍ଧ ହେବ ।
ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ
ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ସହିତ ସେବକମାନଙ୍କ ସ୍ୱାସ୍ଥ୍ୟର ଯତ୍ନ ପରିକଳ୍ପେ ଏକ ପ୍ରଭାବୀ ସହଭାଗିତା ନିମନ୍ତେ ଆଶା ପୋଷଣ କରିଛି ।

Leave A Reply

Your email address will not be published.