ମହାଳୟା: ଶ୍ରୀମନ୍ଦିର ବାଇଶି ପାହାଚରେ ପିଣ୍ଡ ଦାନ, ସମଲେଶ୍ୱରୀଙ୍କ ଧଵଳମୁଖୀ ବେଶ ଦର୍ଶନ କରନ୍ତୁ..

0
  • ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା
  •  ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ
  • ପୁରୀ, ଭୁବନେଶ୍ୱର,ସମ୍ବଲପୁର//TATKAL ODISHA//
ଶ୍ରାଦ୍ଧ


‘ଶ୍ରଦ୍ଧା’ରୁ ‘ଶ୍ରାଦ୍ଧ’ I ହିନ୍ଦୁ ଧର୍ମରେ ବର୍ଷରେ ମୁଖ୍ୟତଃ ଚାରିଗୋଟି ଶ୍ରାଦ୍ଧ ପାଳନ ହୁଏ I ତାହା ହେଉଛି -* ପିତୃଶ୍ରାଦ୍ଧ,* ମାତୃଶ୍ରାଦ୍ଧ,* ମହାଳୟା ଶ୍ରାଦ୍ଧ* ଦୀପଦାନ ବା ପୟାଶ୍ରାଦ୍ଧ

ମହାଳୟାହିନ୍ଦୁ ଧାର୍ମିକ ପରଂପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ I ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । 

   ଧର୍ମଭିତ୍ତିକ ଗଣପର୍ବ । ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”’ମହାଳୟା ଶ୍ରାଦ୍ଧ”’, ”’ସାମ୍ବତ୍ସରିକ ଶ୍ରାଦ୍ଧ”’ ବା ”’ପାର୍ବଣ ଶ୍ରାଦ୍ଧ”’ ବା ”’ମଉଳା ଶ୍ରାଦ୍ଧ”’ କୁହାଯାଏ I

 ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ ।

ମହାଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । 

  * ଶ୍ରୀକ୍ଷେତ୍ର ପୁରୀ ଶ୍ରୀଜଗନ୍ନାଥ  ମନ୍ଦିରରେ ବାଇଶି ପାହାଚରେ ପିଣ୍ଡଦାନ କର୍

  * ସମଲେଶ୍ୱରୀଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହୁଏ । ମହାଳୟା ତିଥିରୁ ଧବଳମୁଖୀ ବେଶରୁ ଆରମ୍ଭ ହୁଏ । ଦେବୀଙ୍କ ଏହି ଅଲୌକିକ ବେଶକୁ ଦର୍ଶନ କଲେ ଗଙ୍ଗାସ୍ନାନର ଫଳ ମିଳେ ବୋଲି ବିଶ୍ୱାସ ରହିଛି । ଦଶହରା ମାସ ପିତୃପକ୍ଷରେ ପରଲୋକଗତ ପିତୃପୁରୁଷଙ୍କୁ ପିଣ୍ଡପ୍ରଦାନ ପରେ ଗଙ୍ଗାସ୍ନାନ ବିଧି ରହିଥିବାରୁ ପଶ୍ଚିମ ଓଡ଼ିଶାର ଲୋକେ ବିକଳ୍ପ ସଦୃଶ୍ଯ ଦେବୀ ସମଲେଶ୍ୱରୀଙ୍କ ଧବଳମୁଖୀବେଶ ଦର୍ଶନ କରିଥାଆନ୍ତି ।

ପ୍ରତିବର୍ଷ ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅପରପକ୍ଷ ଆରମ୍ଭ ହୋଇ ସେହି ମାସର ଅମାବାସ୍ୟା ତିଥିରେ, ମହାଳୟା ଶ୍ରାଦ୍ଧ ପରେ, ପିତୃପକ୍ଷର ପରିସମାପ୍ତି ହୁଏ ।

(ତଥ୍ୟ ସୌଜନ୍ୟ -wikipedia )

Leave A Reply

Your email address will not be published.