ଶାରଦୀୟ ନବରାତ୍ରି: ମା’ଙ୍କ ନଅ ରୂପକୁ କେମିତି ପୂଜିବେ? ଜାଣନ୍ତୁ…
ଭୁବନେଶ୍ୱର//TATKAL ODISHA// CULTURE//
++++++++++++++++++++++++
ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି। ଶାରଦୀୟ ନବରାତ୍ରୀ ଏଥିରୁ ପ୍ରଧାନ। ଜଗତ୍ଜନନୀ ମା’ ଦୁର୍ଗାଙ୍କୁ ଆରାଧନା ପାଇଁ ଏହି ନବପର୍ବ ଆଶ୍ବିନ ଶୁକ୍ଳପକ୍ଷରେ ହିଁ ପାଳନ କରାଯାଏ I
ବୁଧବାରରୁ ଆରମ୍ଭ ହୋଇଛି ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କର ଶାରଦୀୟ ନବରାତ୍ରି I ତାହା ଆସନ୍ତା ଗୁରୁବାରରେ ସରିବ I
++++++++++++++++++++++++ ଚୈତ୍ର ଶୁକ୍ଳ ଓ ଆଶ୍ୱିନ ଶୁକ୍ଳ ପ୍ରତିପଦ ଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗାଙ୍କ ପାରମ୍ପରିକ ପୂଜା ହୁଏ I ମା’ଙ୍କର ସେଇ ନଅ ରୂପ ହେଉଛନ୍ତି ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ Iକେମିତି ମା’ ଆବିର୍ଭୁତା? ଜାଣନ୍ତୁ.ନବଦୁର୍ଗା
ଶୈଳପୁତ୍ରୀ : ମା ଦୁର୍ଗାଙ୍କର ପ୍ରଥମ ରୂପ I ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ । ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନା ଦ୍ୱାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ । ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି ।
ବ୍ରହ୍ମଚାରିଣୀ: ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ । ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ । ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି ।
ଚିତ୍ରଘଣ୍ଟା: ଏହା ଦେବୀଙ୍କ ଉଗ୍ରରୂପ । ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ । ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ।
କୁଷ୍ମାଣ୍ଡା: ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି । ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି। ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି ।
ସ୍କନ୍ଦମାତା: ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଦମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ର ସ୍କନ୍ଦକୁ କୋଳରେ ବସାଇଥାନ୍ତି ।
କାତ୍ୟାୟନୀ: ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନକୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ ତେଣୁ ବିବାହ ହୋଇପାରୁନଥିବା
କାଳରାତ୍ରୀ: ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ବିକଟାଳ ରୂପ । ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ଼୍ଗ ଧାରଣ କରିଥାନ୍ତି ।
ମହାଗୌରୀ: ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ସୌମ୍ୟ ରୂପ । ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି ।
ସିଦ୍ଧିଦାତ୍ରୀ: ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି। ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ ।
(ତଥ୍ୟ-wikipedia )