ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା
- ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,//TATKAL ODISHA//
ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଶୋକସନ୍ତପ୍ତପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନାଯୋଗ୍ୟ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।
- TATKAL ODISHA ପ୍ରଥମ ବ୍ରେକିଂ ଷ୍ଟୋରୀ ଦେଖନ୍ତୁ…
ଶାନ୍ତିଲତା ବସ ବିଦୁ ଛକରେ ଦୁର୍ଘଟଣାଗସ୍ତ, 6 ମୁତ,30 ଆହତ
ଶାନ୍ତିଲତା ବସ ଦୁର୍ଘଟଣାଗସ୍ତ, ବହୁ ଯାତ୍ରୀ ଆହତ