ହିଞ୍ଜିଳିରୁ ନାମାଙ୍କନ ଭରିଲେ ନବୀନ

0

ବ୍ରହ୍ମପୁର,ହିଞ୍ଜିଳି,//TATKAL ODISHA//

 ଷଷ୍ଠ ଥର ପାଇଁ ହିଞ୍ଜିଳି ବିଧାନସଭା ଆସନରୁ ନାମାଙ୍କନ ଭରି ଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ନାମାଙ୍କନ ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗଞ୍ଜାମରେ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ। 

   ନବୀନ ପୂର୍ବରୁ ଅର୍ଥାତ ୨୦୦୦,୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ  ବିପୁଳ ଭୋଟରେ ହିଞ୍ଜିଳିରୁ ଲଢ଼ି ବିଜୟୀ ହୋଇଥିଲେ। ଏଥର ବି ରେକର୍ଡ ଭୋଟରେ ଜିତିବେ ବୋଲି ଲକ୍ଷ୍ୟ ରଖିଛନ୍ତି ।

  ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ନାମାଙ୍କନପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡି ନେତା ଭି.କେ. ପାଣ୍ଡିଆନ, ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କ ସମେତ ବହୁ ବରିଷ୍ଠ ବିଜେଡି ନେତା ଉପସ୍ଥିତ ଥିଲେ।  ପରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ  ଭୁବନେଶ୍ୱର ଫେରିଛନ୍ତି।

Leave A Reply

Your email address will not be published.