
୨୨ରେ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ମୁମ୍ବାଇ ଯିବେ ନବୀନ
- ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,//TATKAL ODISHA//
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଆସନ୍ତା ୨୨ରେ ମୁମ୍ବାଇ ଯିବେ। ସେ ନିଜେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ କହିଛନ୍ତି ଯେ, ନବୀନ ବାବୁଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତିତ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ। ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

ସୂଚନାନୁସାରେ ମୁମ୍ବାଇସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସା ହେବେ। ସର୍ଭିକାଲ ଆର୍ଥ୍ରାଇଟିସ୍ ସମସ୍ୟା ନେଇ ମୋର ଚିକିତ୍ସା ହେବ। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ତତ୍ତ୍ୱାବଧାନରେ ହିଁ ତାହା ହେବ।
ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ‘ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବି।’ ତେବେ ଏହି ଖବର ପ୍ରଚାର ହେବା ପରେ ନବୀନଙ୍କ ସମର୍ଥକ ଓ ଦଳର ନେତା ଓକର୍ମୀମାନେ ନବୀନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।