୫୫ ନୂତନ ବାତ୍ୟା,ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ଖୁବଶୀଘ୍ର

0

  • ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର
  • ଭୁବନେଶ୍ୱର//TATKAL ODISHA//

ରାଜ୍ୟରେ ୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ଖୁବଶୀଘ୍ର ହେବ I ଏଥି ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ,98 କୋଟି ଟଙ୍କା ବ୍ୟୟରେ ଅଧିକ ୫୫ ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯୟ ସମୟରେ ଏହି ଆଶ୍ରୟ ସ୍ଥଳୀ ଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି.

ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି। ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି।

ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଉ ୨୯.୩୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି. ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି.

Leave A Reply

Your email address will not be published.