୭୫୭୯ ମିନି ଅଙ୍ଗନବାଡ଼ିି କେନ୍ଦ୍ର ଉନ୍ନୀତ

0
  • ଭୁବନେଶ୍ୱର//TATKAL ODISHA//

ରାଜ୍ୟରେ ସମସ୍ତ ୭୫୭୯ ମିନି ଅଙ୍ଗନବାଡ଼ିି କେନ୍ଦ୍ର ନିୟମିତ ଅଙ୍ଗନବାଡ଼ି କେନ୍ଦ୍ର ଭାବେ ଉନ୍ନୀତ କରାଯାଇଛି । ଏଭଳି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିିକ ରାଜ୍ୟରେ କୋମଳମତି ଶିଶୁଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡ଼ି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି ।

ଅନୁଦାନ ଅର୍ଥରେ ମେଡିସିନ୍ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ । ଏବେ ୭୫୭୯ ମିନି ଅଙ୍ଗନବାଡ଼ି କେନ୍ଦ୍ର ଉନ୍ନୀତ ହେବା ପରେ ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ଶ୍ରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.