03/09/2026

tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

୭୯@ ନବୀନ: କହିଲେ, ଶେଷ ପର୍ଯ୍ୟନ୍ତ ଓଡ଼ିଶା ମା’ର ସେବା କରି ଚାଲିବି

1 min read

  • ଜନସମ୍ପର୍କ ପଦଯାତ୍ରାରେ ଯୋଗ ଦେଲେ
  • ଜନ୍ମଦିନରେ ଜନତାଙ୍କ ଶୁଭେଚ୍ଛା ଗ୍ରହଣ କଲେ
  • ପିଲାଙ୍କୁ ଚକୋଲାଟେ ବାଣ୍ଟିଲେ

ଭୁବନେଶ୍ୱର//TATKAL ODISHA//
ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ଗଙ୍ଗନଗର ବିଜୁ ଆଦର୍ଶ କଲୋନୀରେ ଆୟୋଜିତ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ |

ବିଜେଡିର ନେତା ଓ କର୍ମୀ ମାନଙ୍କ ଗହଣରେ ଶ୍ରୀ ପଟ୍ଟନାୟକ କିଛି ବାଟ ଚାଲିବା ସହିତ ଆୟୋଜିତ ସଭା ରେ ଉପସ୍ଥିତ ଜନତା ଓ କର୍ମୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ | ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ବିଜୁ ଜନତା ଦଳ ଓଡିଶା ବାସୀଙ୍କ ସହିତ ସବୁବେଳେ ରହିଛି ଓ ରହିଥିବ |

ସେବା ବିଜୁ ଜନତା ଦଳର ମନ୍ତ୍ର | ତେଣୁ ଲୋକଙ୍କ ସେବା ଜାରି ରଖିବା ପାଇଁ କର୍ମୀ ମାନଙ୍କୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେବା ସହିତ,ଶେଷ ପର୍ଯ୍ୟନ୍ତ ସେ ଓଡିଶା ମା ର ସେବା କରିଚାଲିବେ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ|


ଭୁବନେଶ୍ୱର ବିଜୁ ଜନତା ଦଳର ସଭାପତି ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର,ସାଂସଦ ଦେବାଶିଷ ସାମନ୍ତରାୟ,ସାଂସଦ ସୁଲତା ଦେଓ,ବିଧାୟକ. ପ୍ରମିଳା ମଲ୍ଲିକ,ବିଧାୟକ ଅନନ୍ତ ନାରାୟଣ ଜେନା,ବିଧାୟକ ସୁଶାନ୍ତ ରାଉତ,ବିଧାୟକ ବିଭୁତି ବଳବନ୍ତରାୟ ,ଭୁବନେଶ୍ୱର ର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କଅଁର,ବିଜେଡି ର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜେଡି ର କର୍ପୋରେଟର ମାନେ ଯୋଗ ଦେଇଥିଲେ.


ଏହି ଅବସରରେ ଶ୍ରୀ ପଟ୍ଟନାୟକ ପିଲାମାନଙ୍କୁ ଚକୋଲେଟ ବାଣ୍ଟି ଥିଲେ | ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ବିଜେଡି ର ଜନ ସମ୍ପର୍କ ପଦଯାତ୍ରା ଅକଟୋବର ୯ ରୁ ଆରମ୍ଭ ହୋଇଛି. ଓ ଏହା ନଭେମ୍ବର ୯ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର SOS villageରେ ଜନ୍ମଦିନ ପାଳିଲେ ନବୀନ

ପିଲାଙ୍କ ସହ ଜନ୍ମ ଦିନ ପାଳନ କରି ମୁଁ ବହୁତ ଖୁସି

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ୭୯ ବର୍ଷରେ ପଦାର୍ପଣ କଲେ |

ସରଳ ଓ ନିରାଡ଼ମ୍ବର ଜୀବନ ଶୈଳୀ ରେ ବିଶ୍ୱାସ ରଖୁଥିବା ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ଜନ୍ମ ଦିନ SOS Village ର ପିଲାମାନଙ୍କ ଗହଣ ରେ କାଟିଥିଲେ |


ଆଜି ପୂର୍ବାହ୍ନ ରେ ଶ୍ରୀ ପଟ୍ଟନାୟକ ସେଠାର ପହଂଚିବା ପରେ ପିଲାମାନେ ତାଙ୍କୁ ସ୍ୱାଗତ କରିଥିଲେ I


ପିଲାମାନେ ଦ୍ୱାରା ପ୍ରସ୍ତୁତ cake ଶ୍ରୀ ପଟ୍ଟନାୟକ କାଟିବା ସହ ପିଲାମାନଙ୍କୁ ନିଜେ cake ଖୁଆଇ ଦେଇଥିଲେ ଓ ପିଲାମାନଙ୍କୁ ଉପହାର ଦେଇଥିଲେ |
ପିଲାମାନଙ୍କୁ ଆଶୀର୍ବାଦ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆଜି ପିଲାମାନଙ୍କ ସହ ଜନ୍ମ ଦିନ ପାଳନ କରି ସେ ବହୁତ ଖୁସି |

ତାଙ୍କ ଜନ୍ମ ଦିନ ରେ ସାମିଲ ହୋଇ ଥିବାରୁ ଶ୍ରୀ ପଟ୍ଟନାୟକ ପିଲାମାନଙ୍କୁ ଧନ୍ୟବାଦ ଜଣାଇବା ସହ ଭବିଷ୍ୟତ ରେ ଭଲ ମଣିଷ ହେବା ପାଇଁ ଆଶୀର୍ବାଦ କରିଥିଲେ |

Share

Leave a Reply