ଭିନ୍ନ ନାମରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ଉତ୍ସବ ମୁଖର ସାରା ଓଡ଼ିଶା

0
  • ଭୁବନେଶ୍ୱର //TATKAL ODISHA//CULTURE//

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ I ନାମ ଅନେକ I କୃଷ୍ଣାଷ୍ଟମୀ,ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ ଓ  ଶ୍ରୀଜୟନ୍ତୀ I

ମାତ୍ର ଜନ୍ମାଷ୍ଟମୀ ନାମରେ ଆମେ ଉତ୍ସବ ପଲିଥାଉ I

 କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ ।
ବିଷ୍ଣୁଙ୍କର ଅବତାରୀ ପୁରୁଷ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ I ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । 
ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦ ଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ ।
    ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ । ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । 

  ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବାପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରିବେ  ଏବଂ  ନିଜର ଉପବାସ ଭାଙ୍ଗି ବଡ଼ି ସକାଳୁ ମିଷ୍ଟାନ୍ନ ଆଦାନ ପ୍ରଦାନ ସହ ସେବନ କରିବେ ।     

ଓଡ଼ିଶାର ପୂରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଉଛି I ଲୋକେ ଉପବାସ ରହି ରାତ୍ରି ୧୨କୁ କୃଷ୍ଣଜନ୍ମ ଉତ୍ସବ ପାଳନ ପରେ ଉପବାସ ଭାଙ୍ଗିବେ I ମନ୍ଦିର ଵା ଘରେ ହରିବଂଶ ପୁରାଣ ପାଠ କରିବେ ।

– ତଥ୍ୟ ସୌଜନ୍ୟ //wikipedia//

Leave A Reply

Your email address will not be published.