ବିଜେଡିର ଉପନିର୍ବାଚନ: ଆଚରଣ ବିଧି ଲାଗୁର ୨ ଘଣ୍ଟା ପୂର୍ବରୁ ୧୧୦୦ କୋଟି ଟଙ୍କାର ନିର୍ବାଚନୀ ଥୋପ୍
1 min read
ଭୁବନେଶ୍ୱର,://TATKAL ODISHA//
କଟକରେ ଉଦ୍ବେଗଜନକ ସ୍ଥିିତି, ଗଜପତି ଜିଲ୍ଲାରେ ଭୂସ୍ଖଳନଜନିତ ସମସ୍ୟା, ୨୦୦ କୋଟି ଟଙ୍କାର ଏସ୍ଆଇ ଚାକିରି କେଳେଙ୍କାରୀ, ୫ଟି ଜିଲ୍ଲାରେ ବର୍ଷା ଜନିତ ବ୍ୟାପକ କ୍ଷୟକ୍ଷତି, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିର ମୁକାବିଲା କରିବା ପରିବର୍ତ୍ତେ ମୁଖ୍ୟମନ୍ତ୍ରୀଙ୍କ ନୂଆପଡାରେ ନିର୍ବାଚନୀ ପ୍ରଚାରକୁ ବିଜୁ ଜନତା ଦଳ କଡା ନିନ୍ଦା କରିଛି ।
ଶଙ୍ଖ ଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ଉପସଭାପତି ସଂଜୟ କୁମାର ଦାସବର୍ମା, ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଓ ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର, ନିର୍ବାଚନ ଆଚରଣ ବିଧି ଲାଗୁ ହେବାର ୨ ଘଣ୍ଟା ପୂର୍ବରୁ ମୁଖ୍ୟମନ୍ତ୍ରୀ ନୂଆପଡାରେ ୧୧୦୦ କୋଟିର ପ୍ରକଳ୍ପ ଘୋଷଣା କରିବା ଦୁର୍ଭାଗ୍ୟଜନକ ବୋଲି ଅଭିଯୋଗ କରିଛନ୍ତି ।
ସେହିପରି ବିଧାୟକ ଶ୍ରୀ ପାତ୍ର କହିଛନ୍ତି, ରାଜ୍ୟବାସୀଙ୍କ ସମସ୍ୟାକୁ ଅଣଦେଖା କରି ମୁଖ୍ୟମନ୍ତ୍ରୀ ନୂଆପଡାରେ ନିର୍ବାଚନ ପ୍ରଚାରରେ ବ୍ୟସ୍ତ । ଲଗାଣ ବର୍ଷା ଯୋଗୁ ଉତ୍ତର ଓଡିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ୱର ସହ ନନେବା ଦୁଃଖଦାୟକ ।