ଆରପାରିରେ ମିହିର ଦାସ, ବୁଧବାର ଶେଷକୃତ୍ୟ

0

  • ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ପିସିସି ସଭାପତିଙ୍କ ଶୋକ 
  • କଟକ//ଭୁବନେଶ୍ୱର//TATKAL ODISHA//

ଜୀବନ ସହ ଲଢ଼ି ଶେଷରେ ହାରିଗଲେ ଓଲିଉଡ଼ ବର୍ଷିୟାନ ଅଭିନେତା ମିହିର ଦାସ I ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲାବେଳେ ସେ  ପରଲୋକଗମନ କରିଛନ୍ତି I ମୃତ୍ୟୁ ବେଳକୁ ତାଙ୍କୁ 63 ବର୍ଷ ବୟସ ହୋଇଥିଲା । ତାଙ୍କର ଶେଷକୃତ୍ୟ ବୁଧବାର ହେବ I

ମୟୂରଭଞ୍ଜ ଜିଲ୍ଲାରେ ଜନ୍ମିତ ମିହିର ଦାସଙ୍କ ପିଲା ବେଳୁ କଳା ପ୍ରତି ଦୁର୍ବଳତା ଥିଲା। ସେ ପ୍ରଥମେ ଆର୍ଟ ଫିଲ୍ମରେ ଅଭିନୟ କରିଥିଲେ। ତାହା ଥିଲା ‘ସ୍କୁଲ୍‌ ମାଷ୍ଟର’। ସେଇଠୁ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି I ପରେ ଗୋଟିଏ ହିଟ୍‌ ବ୍ୟବସାୟିକ ଫିଲ୍ମରେ ଅଭିନୟ କରି ଓଲିଉଡ୍‌ରେ ବଡ଼ ଷ୍ଟାର ବନି ଯାଇଥିଲେ I

  ସ୍ବର୍ଗତ ଦାସଙ୍କ ପ୍ରଥମ ବ୍ୟବସାୟିକ ଫିଲ୍ମ ‘ମଥୁରା ବିଜୟ’ ୧୯୭୯ରେ ରିଲିଜ ହୋଇଥିଲା। ଲକ୍ଷ୍ମୀ  ପ୍ରତିମା’ ପାଇଁ ୧୯୯୮ ଓ ‘ଫେରିଆ ମୋ ସୁନା ଭଉଣୀ’ ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ମିଳିଥିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଶ୍ରେଷ୍ଠ ସହକଳାକାର ଭାବେ ମଧ୍ୟ ଅନେକ ଫିଲ୍ମ ପାଇଁ ତାଙ୍କୁ ପୁରସ୍କୃତ କରାଯାଇଛି। ୨୦୦୨ରେ ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ ଓ ୨୦୧୦ରେ ପ୍ରେମ ଅଢ଼େଇ ଅକ୍ଷର ପାଇଁ ତାଙ୍କୁ ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହାଛଡ଼ା ୧୯୯୯ରେ ବିଧାତା ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଓ ୨୦୦୭ରେ ‘ମୁଁ ତତେ ଲଭ୍‌ କରୁଛି’ ଫିଲ୍ମ ପାଇଁ ଶ୍ରେଷ୍ଠ ହାସ୍ୟ ଅଭିନେତା ପୁରସ୍କାର ପାଇଥିଲେ I

  ସ୍ବର୍ଗତ ମିହିର ବାବୁଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି I

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ମନ୍ତ୍ରୀ, ବିଧାୟକ, ପ୍ରଯୋଜକ,କଳାକାର ପ୍ରମୁଖ ତାଙ୍କୁ ଜଣେ ବିରଳ ଓ ପ୍ରତିଭାବାନ ସିନେଷ୍ଟାର ଭେବେ ଅବହିତ କରିଥିଲେ I

Leave A Reply

Your email address will not be published.