ଡ଼ .ସୁନୀତି ମୁଣ୍ଡ୍ ବିଜେପିର ଭୁବନେଶ୍ୱର ମେୟର ପ୍ରାର୍ଥୀ

0

ଭୁବନେଶ୍ୱର//TATKAL ODISHA//


ଭାରତୀୟ ଜନତା ପାର୍ଟି ତରଫରୁ ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମସି) ମେୟର ପ୍ରାର୍ଥୀ ଭାବେ ଡ. ସୁନୀତି ମୁଣ୍ଡ୍‌ଙ୍କ ନାମ ଘୋଷଣା କରାଯାଇଛି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ଡ.ମୁଣ୍ଡଙ୍କ ନାମ ଘୋଷଣା କରିଛନ୍ତି ।


ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ପ୍ରଥମ ଥର ପାଇଁ ଭୋଟରମାନେ ପ୍ରତ୍ୟକ୍ଷ ଭାବେ ମେୟରଙ୍କୁ ନିର୍ବାଚିତ କରିବେ । ସାହିତ୍ୟ ଏବଂ ସାମ୍ବାଦିକତା କ୍ଷେତ୍ରରୁ ପାର୍ଟିର ମେୟର ପ୍ରାର୍ଥିନୀ ହୋଇଥିବା ଉଚ୍ଚଶିକ୍ଷିତା ଡ.ମୁଣ୍ଡ୍ ସମାଜସେବା ପ୍ରତି ଅତ୍କୃଷ୍ଟ ହେବା ପରେ ବର୍ତମାନ ପ୍ରତ୍ୟକ୍ଷ ରାଜନୀତିକୁ ଆସିଛନ୍ତି । ଡ.ସୁନୀତି ମୁଣ୍ଡ୍ ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ଓଡିଆରେ ସ୍ନାତକତୋର ଡିଗ୍ରୀ ହାସଲ କରିବା ପରେ ସାମ୍ବାଦିକତା କ୍ଷେତ୍ର ପ୍ରତି ଆତ୍କୃଷ୍ଟ ହୋଇ କିଛି ଦିନ ସାମ୍ବାଦିକ ଭାବେ କାର୍ଯ୍ୟ କରିଥିଲେ ।


ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ କାର୍ଯ୍ୟଶୈଳୀ ତାଙ୍କୁ ବେଶ ପ୍ରଭାବିତ କରିଛି । ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ତାଙ୍କ ପ୍ରତି ଆସ୍ଥା ପ୍ରକଟ କରି ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀ ଭାବେ ଚୟନ କରିଥିବାରୁ ଡ.ମୁଣ୍ଡ୍ କୃତଜ୍ଞତା ଜ୍ଞାପନ କରିଛନ୍ତି ।


ଏହି ଅବସରରେ ଜିଲ୍ଲା ସଭାପତି ବାବୁ ସିଂ, ଜିଲ୍ଲା ପ୍ରଭାରୀ ଭୁବନ ମୋହନ ଜେନା, ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ I

Leave A Reply

Your email address will not be published.