ସିବିଏସଇ ଦଶମ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି, 24 ଘଣ୍ଟାରେ ସମାଧାନ

0

  • କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ 24 ଘଣ୍ଟାରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ହେଲା ସମାଧାନ
  • 28 ହଜାର 310 ଛାତ୍ରଛାତ୍ରୀ ହେଲେ ଉପକୃତ

ଭୁବନେଶ୍ୱର,//TATKAL ODISHA//

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼(ସିବିଏସଇ)ର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତୁରନ୍ତ ହସ୍ତକ୍ଷେପ ପରେ ସିବିଏସଇ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନେଇ ସମାଧାନ କରାଯାଇଛି । ଏହା ଦ୍ୱାରା 28 ହଜାର 310 ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି ।

ଗତ 11 ତାରିଖରେ ସିବିଏସ୍‌ଇ ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷାର ଓଡ଼ିଆ ବିଷୟରେ ଛାତ୍ରଛାତ୍ରୀଙ୍କୁ କମ୍‌ ମାର୍କ ମିଳିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା । ଓଡିଆ ପରୀକ୍ଷାରେ ପ୍ରଶ୍ନ ଓ ଉତ୍ତରରେ ସାମଞ୍ଜସ୍ୟ ନ ଥିବା ଅଭିଯୋଗ ହୋଇଥିଲା ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୪ ଘଣ୍ଟା ମଧ୍ୟରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । କେନ୍ଦ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସିବିଏସଇ ଏହାକୁ ଗୁରୁତ୍ୱର ସହ ନେଇ ବାସ୍ତବ ସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିଥିଲେ ଓ ଏହି କମିଟି ପରୀକ୍ଷାର ତ୍ରୁଟିକୁ ଅନୁଧ୍ୟାନ କରିଥିଲେ ।

ଏହି କମିଟିର ଅନୁଧ୍ୟାନ ରିପୋର୍ଟ ପ୍ରଦାନ କରାଯିବା ପରେ ରିପୋର୍ଟ ଆଧାରରେ ସିବିଏସ୍ଇ ଦଶମ ଶ୍ରେଣୀ ଓଡିଆ ବିଷୟର ଓଏମଆର ଗୁଡ଼ିକୁ ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ସଠିକ୍ ଉତ୍ତର ସହ ମୂଲ୍ୟାଙ୍କନ କରିଥିଲେ । ଛାତ୍ରଛାତ୍ରୀଙ୍କ ସଂଶୋଧିତ ମୂଲ୍ୟାଙ୍କନ ମାର୍କକୁ ସଂପୃକ୍ତ ବିଦ୍ୟାଳୟକୁ ପଠାଯାଇଛି । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇଛନ୍ତି ।

Leave A Reply

Your email address will not be published.