ଆରପାରିରେ ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକ
- ଭୁବନେଶ୍ୱର// TATKAL ODISHA//
ପୂର୍ବତନ ତଥା ଦିବଂଗତ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲବ ପଟ୍ଟନାୟକଙ୍କ ଧର୍ମପତ୍ନୀ ତଥା ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକ ଆଉ ଇହଧାମ ନାହାନ୍ତି I
ମୃତ୍ୟୁ ବେଳକୁ ତାଙ୍କୁ 90 ବର୍ଷ ହୋଇ ଥିଲା I
ସ୍ବର୍ଗତା ଜୟନ୍ତୀ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଆସ୍କାରେ ୭ ଅପ୍ରେଲ ୧୯୩୨ରେ ଜନ୍ମ ଗ୍ରହଣ କରିଥିଲେ I
ସେ ଜଣେ ରାଜନେତ୍ରୀ, ସାହିତ୍ୟିକା, ଅନୁବାଦିକା, ସାହିତ୍ୟ ସଂଗଠିକା, ସମାଜସେବିକା ଓ ବକ୍ତା
ପିଲାଦିନରୁ ପିତାଙ୍କଦ୍ୱାରା ଅନୁପ୍ରାଣୀତ ହୋଇ ପଟ୍ଟନାୟକ ରାଜନୀତିରେ ପ୍ରବେଶ କରିଥିଲେ ।
ସେ ୪ ଥର ସାଂସଦ ଭାବେ ଓଡ଼ିଶାରୁ ନିର୍ବାଚିତ ହୋଇଛନ୍ତି ।
- ୧୯୮୧ ମସିହାରେ ପ୍ରଥମ ଓଡ଼ିଆ ମହିଳା ଭାବରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
- ପୁନର୍ବାର ୧୯୮୪ ମସିହାରେ କଟକରୁ ଓ ୧୯୯୮ରେ ବ୍ରହ୍ମପୁର ଆସନରୁ ନିର୍ବାଚିତ ହୋଇଥିଲେ ।
- ୧୯୯୬ ମସିହାରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।
- ୧୯୮୭ ମସିହାରେ ପ୍ରଥମ ଓଡ଼ିଆ ମହିଳା ଭାବେ ଅଖିଳ ଭାରତ ମହିଳା କଂଗ୍ରେସ ସଭାପତି ହୋଇଥିଲେ ।
- ୧୯୯୨ରୁ ୧୯୯୫ (୩ ଫେବୃଆରୀ ୧୯୯୨ – ୩୦ ଜାନୁଆରୀ ୧୯୯୫) ସେ ପ୍ରଥମ ଓଡ଼ିଆ ତଥା ପ୍ରଥମ ଭାରତୀୟ ଭାବେ ନବଗଠିତ ଜାତୀୟ ମହିଳା କମିସନର ଅଧ୍ୟକ୍ଷା ଥିଲେ ।
୧୯୫୩ ମସିହାର ରାଜନେତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଜୟନ୍ତୀ ବିବାହ କରିଥିଲେ । ତାଙ୍କର ୨ ଝିଅ ସୁଦତ୍ତା ଓ ସୁଜାତା ଏବଂ ଏକମାତ୍ର ପୁଅ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ଅଛନ୍ତି । ‘ସମ୍ବାଦ’ ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ତାଙ୍କର ଜ୍ୱାଇଁ I