ମୋ ସରକାର’ ସମୀକ୍ଷା: ସ୍ୱାସ୍ଥ୍ୟ,ରାଜସ୍ୱ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

0


୩,୭୦,୦୦୦ ପଟ୍ଟା ୭ ଦିନ ମଧ୍ୟରେ ପ୍ରଦାନ କରାଯାଇଛି
– ସ୍ୱାସ୍ଥ୍ୟ ବିଭାଗରେ ୯୯%ରୁ ଅଧିକ ଫିଡ୍‌ବ୍ୟାକ୍ ଅତ୍ୟନ୍ତ ଉତ୍ତମ

ଭୁବନେଶ୍ୱର,//TATKAL ODISHA //

 ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜସ୍ୱ ଓ ସ୍ୱାସ୍ଥ୍ୟ ବିଭାଗକୁ ଢେର ପ୍ରଶଂସା କରିଛନ୍ତି । ସେହିପରି ଅନ୍ୟ ବିଭାଗର ଅଧିକାରୀଙ୍କୁ ନିୟମିତ ଫିଡ୍‌ବ୍ୟାକ୍ ସଂଗ୍ରହ କରିବାକୁ ପରାମର୍ଶ ଦେବା ସହିତ ମୁଖ୍ୟମନ୍ତ୍ରୀ ଭଲ ଫିଡ୍‌ବ୍ୟାକ ଆଧାରରେ ପ୍ରଶଂସାପତ୍ର ପ୍ରଦାନ ସହ ଅବହେଳା ପାଇଁ ଦଣ୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।


 ଗୁରୁବାର ସମୀକ୍ଷାରେ ସ୍ୱାସ୍ଥ୍ୟ, ରାଜସ୍ୱ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ । ରାଜସ୍ୱ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ଦ୍ୱାରା କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇଛି । ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦେବାର ସମୟ ସୀମା ବହୁତ କମିଯାଇଛି । ପୂର୍ବରୁ ମ୍ୟୁଟେସନ କେସ୍ ଗୁଡିକରେ ଫଇସଲା ପାଇଁ ୧୦୦ରୁ ୧୫୦ ଦିନ ଲାଗୁ ଥିବା ବେଳେ, ୨୦୨୩-୨୪ରେ ଏହା ୨୧ ଦିନରୁ କମ୍ ସମୟ ଲାଗୁଛି । ଏପରିକି ୩,୭୦,୦୦୦ ପଟ୍ଟା ୭ ଦିନ ମଧ୍ୟରେ ପ୍ରଦାନ କରାଯାଇଛି । ସେହିପରି ବିଭିନ୍ନ ସାର୍ଟିଫିକେଟ ପ୍ରଦାନ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିଛି ।
 ରାଜସ୍ୱ ବିଭାଗରେ ଫିଡବ୍ୟାକ ଭିତ୍ତିରେ ୬ ଜଣ ଓଏଏସ୍ ଅଧିକାରୀଙ୍କୁ ସମୟ ପୂର୍ବରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବାବେଳେ, ୩୨ ଜଣ ଓଏଏସ୍ ଅଧିକାରୀ ଓ ୧୪ ଜଣ ଓଆରଏସ୍ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି । ୪ ଜଣ ଓଏଏସ୍ ଅଧିକାରୀଙ୍କୁ ବରଖାସ୍ତ କରାଯାଇଛି । ୧୧ ଜଣ ଓଏଏସ୍ ଅଧିକାରୀଙ୍କ ଗ୍ରାଚ୍ୟୁଇଟି ଓ ପେନ୍‌?ସନ୍ ବନ୍ଦ କରାଯାଇଛି । ସେହିପରି ୬୭ ଜଣ ଓଏଏସ୍ ଅଧିକାରୀ ଓ ୩୦ ଜଣ ଓଆରଏସ୍ ଅଧିକାରୀଙ୍କ ବିରୁଦ୍ଧରେ ବିଭାଗୀୟ ପଦକ୍ଷେପ ଗ୍ରହଣ କରାଯାଇଛି ।
 ସ୍ୱାସ୍ଥ୍ୟ ବିଭାଗର ୯୯%ରୁ ଅଧିକ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂ ବା ଅତି ଭଲ ଅଛି ବୋଲି ଜଣାଯାଇଛି । ସରକାରୀ ହସ୍‌ପିଟାଲରେ ମାଗଣା ଚିକିତ୍ସା ମିଳୁଥିବା ବେଳେ, ବେସରକାରୀ ହସ୍‌ପିଟାଲଗୁଡ଼ିିକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ରୂପାୟନ କ୍ଷେତ୍ରରେ ସାମାନ୍ୟ ଅବହେଳା ହେଲେ, ତୁରନ୍ତ ପଦକ୍ଷେପ ନିଆଯାଉଛି । ପେନ୍‌ସନ ପ୍ରଦାନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସବୁ ବ୍ୟବସ୍ଥା ସତ୍ତ୍ୱେ ଅବସରପ୍ରାପ୍ତ କର୍ମଚାରୀମାନେ ଠିକ୍ ସମୟରେ ପେନ୍‌ସନ୍ ପାଉନାହାନ୍ତି । ତେଣୁ ପ୍ରତ୍ୟେକ ବିଭାଗ ଏହାକୁ ସମୀକ୍ଷା କରି ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ପଦୋନ୍ନତି କ୍ଷେତ୍ରରେ ମଧ୍ୟ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
 ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଲେ ଯେଉଁସବୁ କ୍ଷେତ୍ରରେ ନିୟମିତ ଭାବରେ ଭଲ ଫିଡବ୍ୟାକ ମିଳୁନାହିଁ, ସେ ସବୁ କ୍ଷେତ୍ରରେ ଯୋଜନାର ବ୍ୟବସ୍ଥାକୁ ପରିବର୍ତ୍ତନ କରି ସେଥିରେ ଅଧିକ ଉନ୍ନତି ଆଣିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ଯୋଜନାକୁ ଦକ୍ଷ ଭାବରେ କାର୍ଯ୍ୟକାରୀ କରିବାର ଉଦ୍ଦେଶ୍ୟ ନେଇ ମୋ ସରକାର ଫିଡ୍‌?ବ୍ୟାକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସେ କହିଥିଲେ । ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ।

Leave A Reply

Your email address will not be published.