ବଡ଼ ଘୋଷଣା : ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ

0

  • ପାଞ୍ଚଟି ଏନଏସି ଯଥା ବୌଦ୍ଧଗଡ଼ ଆସ୍କା ଛତ୍ରପୁର କରଞ୍ଜିଆ,କଣ୍ଟାବାଞ୍ଝି ମୁନିସିପାଲିଟିକୁ ଉନ୍ନୀତ

ଭୁବନେଶ୍ବର,// TATKAL ODISHA//

ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ହୋଇଛି I ସେହିପରି ଚାରିଟି ଜିଲ୍ଲାର ପାଞ୍ଚଟି ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯାଇଛି I ଏହି ଘୋଷଣା କରିଛନ୍ତିଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା

  • ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା,
  • ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ,
  • ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ,
  • ଭଦ୍ରକ ଜିଲ୍ଲାର ଅଗରପଡା,
  • ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା,
  • ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ,
  • କଳହାଣ୍ଡି ଜିଲ୍ଲାର ଜୟପାଟଣା,
  • କନ୍ଧମାଳ ଜିଲ୍ଲାର ରାଇକିଆ,
  • କୋରାପୁଟ ଜିଲ୍ଲାର ବୋରିଗୁମା,
  • ନୂଆପଡା ଜିଲ୍ଲାର ସିନାପାଲି,
  • ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ,
  • ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି,
  • ସୁନ୍ଦରଗଡ ଜିଲ୍ଲାର ବଣେଇ,
  • ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି,
  • ନୟାଗଡ ଜିଲ୍ଲାର କଣ୍ଟିଲୋ,
  • ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ,
  • କଟକ ଜିଲ୍ଲାର ସାଲେପୁର, ବଡମ୍ବା,
  • ନରସିଂହପୁର ଓ ନିଆଳି,
  • ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ
  • ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି .

5T ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି.

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.