ବଡ଼ ନିଷ୍ପତ୍ତି : OTET ପାସ୍‌ ଗଣଶିକ୍ଷକ ଏଣିକି ଏକ୍ସ କ୍ୟାଡର ସହକାରୀ ଶିକ୍ଷକ

0

ମୁଖ୍ୟମନ୍ତ୍ରୀ କଲେ ଘୋଷଣା

  • OTET ପାସ୍‌ କରି ନ ଥିବା ଗଣଶିକ୍ଷକ ମାନଙ୍କ ପାରିଶ୍ରମିକରେ ବୃଦ୍ଧି
  • OTET ପାସ୍‌ କରିଥିବା ଏକ୍‌ସ କ୍ୟାଡ଼ର ସହକାରୀ ଶିକ୍ଷକ ମାନେ ପାଇବେ ବାର୍ଷିକ ଇନ୍‌କ୍ରିମେଣ୍ଟ
  • ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ
  • 5-T ଅଧ୍ୟକ୍ଷଙ୍କ ଜିଲ୍ଲଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ

ଭୁବନେଶ୍ବର,//TATKAL ODISHA//

 ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ  କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେଲେ ।

ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେଲେ ।
ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।

Leave A Reply

Your email address will not be published.