ବିଜେଡିର ନୂଆ କମିଟି, ସଂତୃପ୍ତ ମିଶ୍ର ବିଜେଡି ସୁପ୍ରିମୋଙ୍କ ରାଜନୈତିକ ସଚିବ

0

  ଭୁବନେଶ୍ୱର //TATKAL ODISHA//

ବିଜେଡିରେ ବିଭିନ୍ନ କମିଟିର ପୁନରବିନ୍ୟାସହୋଇଛି । ବିଜେଡିର ବରିଷ୍ଠ ନେତା ଡ଼ଃ ସଂତୃପ୍ତ ମିଶ୍ର ବିଜେଡି ସୁପ୍ରିମୋ  ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ରାଜନୈତିକ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ।

ରବିବାର  ବିଜେଡି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସ୍ତରୀୟ ସବୁ କମିଟି ଭଙ୍ଗ ହୋଇଛି, ମାତ୍ର ଜିଲ୍ଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ ରଖିଛନ୍ତି ।

୫ ଜଣ ଦଳର ଜାତୀୟ ମୁଖପାତ୍ର ହୋଇଛନ୍ତି। ଡ. ସଂତୃପ୍ତ ମିଶ୍ରଙ୍କ ବ୍ୟତୀତ କଳିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ବ ତୁଲାଇବେ । ସେହିପରି ୧୪ ଜଣଙ୍କୁ ରାଜ୍ଯସ୍ତରୀୟ ମୁଖପାତ୍ର ଭାବେ ଦଳ ଦାୟିତ୍ବ ପ୍ରଦାନ କରିଛି । ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ,ଡ. ଅରୁଣ କୁମାର ସାହୁ, କ୍ଯାପଟେନ ଦିବ୍ଯ ଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ।ବରିଷ୍ଠ ନେତା ପ୍ରତାପ ଜେନାଙ୍କୁ ବରିଷ୍ଠ ରାଜ୍ଯ ଗଣମାଧ୍ଯମ ସଂଯୋଜକ ଭାବେ ନିଯୁକ୍ତ ହୋଇଥିବାବେଳେ ସ୍ବୟଂ ପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ଯମ ସଂଯୋଜକ ଭାବେ ଦଳ ନିଯୁକ୍ତ କରିଛି ଦଳ I ସେହିଭଳି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କର ଜନସଂପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ତେବେ ଖୁବଶୀଘ୍ର ନୂଆ ରାଜ୍ୟ ସ୍ତରୀୟ କମିଟି ଗଠନ ହେବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି । (ଜିତେନ୍ଦ୍ର)

Leave A Reply

Your email address will not be published.