ଆଳୁ ସଙ୍କଟ: ମମତା ସହ ପୁଣି କଥା ହେଲେ ମୋହନ
- ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଅନୁରୋଧ
- ପଦକ୍ଷେପ ନେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି
ଭୁବନେଶ୍ୱର//TATKAL ODISHA//
ଟେଲିଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଣି ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି।
- ମୁଖ୍ୟମନ୍ତ୍ରୀ କହିଲେ ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ।
ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।