ଓଡ଼ିଶାରେ ବିଜେପିର ଲକ୍ଷ୍ୟ ଆଉ ୧ କୋଟି ସଦସ୍ୟ

0
  • ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା

ଭୁବନେଶ୍ୱର,//TATKAL ODISHA//

ବିଜେପିର ବିଚାରଧାରାକୁ ଭଲ ପାଉଥିବା ଏବଂ ବିଜେପିକୁ ସମର୍ଥନ କରୁଥିବା ଲୋକଙ୍କୁ ସଦସ୍ୟ କରାଯିବ । ଲୋକଙ୍କ ପାଖକୁ ଯାଇ ସଂପର୍କ ସ୍ଥାପନା କରିବେ କାର୍ଯ୍ୟକର୍ତ୍ତା । ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକ ସଦସ୍ୟ ହୋଇପାରିବେ । ଓଡିଶାରେ ୧ କୋଟି ସଦସ୍ୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହାଇଛି ।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହି ସୁଚନା ଦେଇଛନ୍ତି । ସେ କହିଛନ୍ତି ଯେ,ସଦସ୍ୟତା ଅଭିଯାନ ପାଇଁ ଆସନ୍ତା ୨୨, ୨୩ ଓ ୨୪ରେ ଜିଲ୍ଲାସ୍ତରୀୟ ଏବଂ ୨୫, ୨୬ ଓ ୨୭ ତାରିଖରେ ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ । ଆସନ୍ତା ୩୧ ତାରିଖ ସୁଦ୍ଧା ବୁଥସ୍ତରୀୟ କର୍ମଶାଳା ସମାପ୍ତ ହେବ I

ସର୍ବଭାରତୀୟ ସଦସ୍ୟତା ଅଭିଯାନ ପାଇଁ ଗତ ୧୭ ଓ ୧୮ ତାରିଖ ଦିନ ଦିଲ୍ଲୀଠାରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ସେପ୍ଟେମ୍ବର ୧ ତାରିଖ ଦିନ ରାଷ୍ଟ୍ରୀୟସ୍ତରରେ ସଦସ୍ୟତା ଅଭିଯାନର ଶୁଭାରମ୍ଭ ହେବ । ସର୍ବପ୍ରଥମେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ସଦସ୍ୟତା ଗ୍ରହଣ କରିବା ପରେ ଦେଶବ୍ୟାପୀ ଆରମ୍ଭ ହେବ ସଦସ୍ୟତା ଅଭିଯାନ । ରାଜ୍ୟରେ ସଦସ୍ୟତା ଅଭିଯାନର ମୁଖ୍ୟ ଭାବେ ବରିଷ୍ଠ ନେତା ରଞ୍ଜନ ପଟେଲଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।

ବିଜେପି ସମ୍ବିଧାନ ଅନୁସାରେ ପ୍ରତି ତିନି ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ । ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁର୍ନବିନ୍ୟାସ ହେବା ସହ ନୂତନ ଦାୟିତ୍ୱ ବଂଟନ କରାଯାଏ । ବିଜେପିର ଆରମ୍ଭ ହେବ ସଦସ୍ୟତା ଅଭିଯାନ । ସମଗ୍ର ଦେଶ ସମେତ ଓଡିଶାରେ ମଧ୍ୟ ବିଜେପିର ସଦ୍ୟସତା ଅଭିଯାନ ଆହୁରି ଆଗକୁ ନେବା ଏବଂ ନୁଆ ସଦସ୍ୟମାନଙ୍କୁ ଦଳରେ ସାମିଲ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରଥମେ ରାଜ୍ୟ, ଜିଲ୍ଲା, ମଣ୍ଡଳ ଓ ବୁଥ ସ୍ତରରେ କାର୍ଯ୍ୟକର୍ତାଙ୍କୁ ନେଇ ଅନୁଷ୍ଠିତ ହେବ ସ୍ୱତନ୍ତ୍ର କର୍ମଶାଳା । ଆସନ୍ତା କାଲି ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ ଏବଂ ରାଜ୍ୟର ସମସ୍ତ ସାଂସଦ, ବିଧାୟକ, ପଦାଧିକାରୀ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ପ୍ରଭାରୀ ଏବଂ ସଦସ୍ୟତା କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ । ଏହି କର୍ମଶାଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା, ରାଷ୍ଟ୍ରୀୟ ସଦସ୍ୟତା ଅଭିଯାନ ଟୋଲିର ସଦସ୍ୟ ଶ ଋତୁରାଜ ସିହ୍ନା, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଏବଂ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ରହି ମାର୍ଗଦର୍ଶନ କରିବେ ।


Leave A Reply

Your email address will not be published.