ବାଲିଅନ୍ତା ମବ୍ ଲିଞ୍ଚିଙ୍ଗ୍ : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
1 min read
- ଡିଜିପି’ଙ୍କୁ କଡ଼ା ତାଗିଦ୍ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,/TATKAL ODISHA//
ବାଲିଅନ୍ତା ମବ୍ ଲିଞ୍ଚିଙ୍ଗ୍ ଘଟଣାରେ କ୍ରାଇମ୍ ବ୍ରାଞ୍ଚ ଦ୍ୱାରା ସଠିକ୍ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଭଳି ଘଟଣାର ପୁନରାବୃତ୍ତି ନହେବା ପାଇଁ ସେ ମଧ୍ୟ ଡିଜିପି’ଙ୍କୁ କଡ଼ା ତାଗିଦ୍ କରିଛନ୍ତି।
ଶନିବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ କ୍ରାଇମ୍ବ୍ରାଞ୍ଚ୍ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ସେ ମଧ୍ୟ ତାଗିଦ୍ କରିଛନ୍ତି।
ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା,ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଆର.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏ.ଡି.ଜି କ୍ରାଇମବ୍ରାଞ୍ଚ୍ ବିନୟତୋଷ ମିଶ୍ର, ପୋଲିସ କମିଶନର ଏସ. ଦେବଦତ୍ତ ସିଂହ ଏବଂ ଡ଼ିସିପି ଜଗମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ.
