tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ପାଠ୍ୟ ପୁସ୍ତକରେ ତ୍ରୁଟି: ଅପରାଧିକ ତଦନ୍ତ ହେବ

1 min read

Oplus_16908288

  • କ୍ରାଇମ ବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର//TATKAL ODISHA//
୧୧ ଜୁଲାଇ ୨୦୨୬

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ (Criminal Investigation) କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। 

ଏହା ସହିତ ସ୍ୱତନ୍ତ୍ର ଭାବେ କ୍ରାଇମ ବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ FIR ଦାୟର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। 

 ପୂର୍ବରୁ ପାଠ୍ୟ ପୁସ୍ତକ ତ୍ରୁଟିଜନିତ ବିଷୟର କାରଣ ଅନୁସନ୍ଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ। 

ଏହି କମିଟିର ରିପୋର୍ଟ ଅନୁଯାୟୀ SCERTର ପୂର୍ବତନ ନିର୍ଦ୍ଦେଶକ ସମେତ ୩ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଥିଲା ଏବଂ ୬ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
Share

Leave a Reply